Posted inଜାତୀୟ

ଅପରେଶନ ବେଳେ ହତବାକ୍‌ ହେଲେ ଡାକ୍ତର: ପେଟରୁ ବାହାରିଲା ଛୁଞ୍ଚି, ବେଲ୍ଟ ସମେତ ୩୩ ସାମଗ୍ରୀ

ଛତ୍ରପୁର,୧୭।୭: ମଧ୍ୟପ୍ରଦେଶରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଜଣେ ରୋଗୀଙ୍କ ପେଟରୁ ଡାକ୍ତର ୩୩ ପ୍ରକାରର ଜିନିଷ ବାହାର କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଛତ୍ରପୁର ଇଶାନଗରରେ ରହୁଥିବା ଯୋଗେଶ ଠାକୁର(୩୦)ଶିକ୍ଷକତା କରନ୍ତି। ତେବେ ହଠାତ୍‌ ଯୋଗେଶଙ୍କୁ ପେଟରେ ଯନ୍ତ୍ରଣା ଅନୁଭବ ହେବାରୁ ଚିକିତ୍ସା ପାଇଁ ପରିବାର ଲୋକେ ତାଙ୍କୁ ଏକ ଘରୋଇ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ଯୋଗେଶଙ୍କ ଏକ୍ସରେ କରିଥିଲେ। ସେହି ସମୟରେ ତାଙ୍କ ପେଟରେ କିଛି ଧାତବ ପଦାର୍ଥ ରହିଥିବା ଜଣାପଡ଼ିଥିଲା। ଏହାପରେ ଡାକ୍ତର ଯୋଗେଶଙ୍କ ଅପରେଶନ କରିଥିଲେ। ୬ ଘଣ୍ଟା ଧରି ଚାଲିଥିବା ଏହି ଅପରେଶନ ସମୟରେ ତାଙ୍କ ପେଟରୁ ପେନସିଲ୍‌, ପ୍ଲାଷ୍ଟିକ ବୋତଲ, ପେନ୍‌, ଛୁଞ୍ଚି, ଡାମ୍ଫଣ, କରତ, ବ୍ଲେଡ ଓ ଚମଡା ବେଲ୍ଟ ଖଣ୍ଡ ସମେତ ୩୩ ପ୍ରକାର ଜିନିଷ ବାହାରିଥିଲା। ଏହାକୁ ଦେଖି ଡାକ୍ତରମାନେ ଚକିତ ହୋଇପଡ଼ିଥିଲେ। ଯୁବକଙ୍କ ପେଟକୁ ଏସବୁ ଜିନିଷ କିଭଳି ଆସିଲା ଏବଂ ଅନ୍ତଃନଳୀ କିମ୍ବା କୌଣସି ଅଙ୍ଗରେ କିପରି କିଛି କ୍ଷୟକ୍ଷତି ହୋଇନାହିଁ ସେନେଇ ଆଶ୍ଚର୍ଯ୍ୟ ହୋଇପଡ଼ିଛନ୍ତି ଡାକ୍ତର। ତେବେ ପରିବାର ଲୋକଙ୍କ କହିବା ଅନୁସାରେ ନିଶାସକ୍ତ ଅବସ୍ଥାରେ ସେ ଏହି ଜିନିଷଗୁଡିକୁ ୬ମାସ ପୂର୍ବରୁ ଖାଉଥିଲେ। ଏନେଇ ପରିବାର ଲୋକଙ୍କୁ ଯୁବକ ଜଣଙ୍କ ଜଣାଇଥିବା ବେଳେ ତାଙ୍କ କଥାକୁ କେହି ବିଶ୍ୱାସ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri