Posted inଜାତୀୟ

ଅପରେଶନ ବେଳେ ହତବାକ୍‌ ହେଲେ ଡାକ୍ତର: ପେଟରୁ ବାହାରିଲା ଛୁଞ୍ଚି, ବେଲ୍ଟ ସମେତ ୩୩ ସାମଗ୍ରୀ

ଛତ୍ରପୁର,୧୭।୭: ମଧ୍ୟପ୍ରଦେଶରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଜଣେ ରୋଗୀଙ୍କ ପେଟରୁ ଡାକ୍ତର ୩୩ ପ୍ରକାରର ଜିନିଷ ବାହାର କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଛତ୍ରପୁର ଇଶାନଗରରେ ରହୁଥିବା ଯୋଗେଶ ଠାକୁର(୩୦)ଶିକ୍ଷକତା କରନ୍ତି। ତେବେ ହଠାତ୍‌ ଯୋଗେଶଙ୍କୁ ପେଟରେ ଯନ୍ତ୍ରଣା ଅନୁଭବ ହେବାରୁ ଚିକିତ୍ସା ପାଇଁ ପରିବାର ଲୋକେ ତାଙ୍କୁ ଏକ ଘରୋଇ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ଯୋଗେଶଙ୍କ ଏକ୍ସରେ କରିଥିଲେ। ସେହି ସମୟରେ ତାଙ୍କ ପେଟରେ କିଛି ଧାତବ ପଦାର୍ଥ ରହିଥିବା ଜଣାପଡ଼ିଥିଲା। ଏହାପରେ ଡାକ୍ତର ଯୋଗେଶଙ୍କ ଅପରେଶନ କରିଥିଲେ। ୬ ଘଣ୍ଟା ଧରି ଚାଲିଥିବା ଏହି ଅପରେଶନ ସମୟରେ ତାଙ୍କ ପେଟରୁ ପେନସିଲ୍‌, ପ୍ଲାଷ୍ଟିକ ବୋତଲ, ପେନ୍‌, ଛୁଞ୍ଚି, ଡାମ୍ଫଣ, କରତ, ବ୍ଲେଡ ଓ ଚମଡା ବେଲ୍ଟ ଖଣ୍ଡ ସମେତ ୩୩ ପ୍ରକାର ଜିନିଷ ବାହାରିଥିଲା। ଏହାକୁ ଦେଖି ଡାକ୍ତରମାନେ ଚକିତ ହୋଇପଡ଼ିଥିଲେ। ଯୁବକଙ୍କ ପେଟକୁ ଏସବୁ ଜିନିଷ କିଭଳି ଆସିଲା ଏବଂ ଅନ୍ତଃନଳୀ କିମ୍ବା କୌଣସି ଅଙ୍ଗରେ କିପରି କିଛି କ୍ଷୟକ୍ଷତି ହୋଇନାହିଁ ସେନେଇ ଆଶ୍ଚର୍ଯ୍ୟ ହୋଇପଡ଼ିଛନ୍ତି ଡାକ୍ତର। ତେବେ ପରିବାର ଲୋକଙ୍କ କହିବା ଅନୁସାରେ ନିଶାସକ୍ତ ଅବସ୍ଥାରେ ସେ ଏହି ଜିନିଷଗୁଡିକୁ ୬ମାସ ପୂର୍ବରୁ ଖାଉଥିଲେ। ଏନେଇ ପରିବାର ଲୋକଙ୍କୁ ଯୁବକ ଜଣଙ୍କ ଜଣାଇଥିବା ବେଳେ ତାଙ୍କ କଥାକୁ କେହି ବିଶ୍ୱାସ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ରେକର୍ଡ ବର୍ଷା, ଗୁଜରାଟରେ ବନ୍ୟା

ଅହମଦାବାଦ,୨୩ା୭: ଗୁଜରାଟର ଦକ୍ଷିଣ ଭାଗରେ ଥିବା ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି

ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍‌ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri