ଅପରେଶନ ସଫଳ: ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଆତ୍ମହତ୍ୟା ଧମକ ଦେଉଥିବା ବ୍ୟକ୍ତି ଉଦ୍ଧାର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଥିବା ପରିଜା ଲାଇବ୍ରେରୀ ଛାତରେ ଚଢ଼ି ଆତ୍ମହତ୍ୟା କରିବାକୁ ଧମକ ଦେଉଥିବା ବ୍ୟକ୍ତି ଦୀର୍ଘ ତିନି ଘଣ୍ଟାର ମାରାଥନ ଅପରେଶନ ପରେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ଅଗ୍ନିଶମ ବିଭାଗର ବ୍ରୁଣ୍ଟୋ ସାଏ ଲିଫ୍ଟ ଟିମ୍‌ ଦ୍ୱାରା ତାଙ୍କୁ ଉଦ୍ଧାର କରାଯାଇଛି। ବ୍ୟକ୍ତିଜଣଙ୍କ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ପ୍ରହରାଜପୁର ଗ୍ରାମର ସୁବୋଧ କୁମାର ବାରିକ ଏବଂ ସେ ପୂର୍ବରୁ ପୋଷ୍ଟାଲ ଡିପାର୍ଟମେଣ୍ଟରେ ଚାକିରି କରୁଥିବା ଜଣାପଡ଼ିଛି। ଖବର ପାଇ ତାଙ୍କ ଘରଲୋକେ ଆସୁଥିବା ସୂଚନା ମିଳିଛି। ତେବେ ଉଦ୍ଧାର କରାଯିବା ପରେ ତାଙ୍କୁ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଥାଉ କି, ବିଶ୍ୱବିଦ୍ୟାଳୟର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ଲାଟିନମ୍‌ ଜୁବଲି ପାଳନ କରାଯିବା ଲାଗି ରଙ୍ଗ କାମ ଚାଲିଛି। ଏହି ସମୟରେ ସେଠାରେ ପଡ଼ିଥିବା ଏକ ସିଡ଼ିରେ ବ୍ୟକ୍ତିଜଣଙ୍କ ଚଢ଼ିଯାଇ ଛାତରେ ପହଞ୍ଚିଥିଲେ। ସେଠାରୁ ତଳକୁ ଡେଇଁ ଆତ୍ମହତ୍ୟା କରିବା ଧମକ ଦେଉଥିଲେ। ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଉଦ୍ଧାର ପାଇଁ ଚେଷ୍ଟା କରୁଥିବା ବେଳେ ସେ ଓହ୍ଲାଇବାକୁ ଅମଙ୍ଗ ହେଉଥିଲେ। ଏପରିକି ଲୋକମାନଙ୍କୁ ବ୍ରଶ, ପେଷ୍ଟ, କପଡ଼ା ଦେବାକୁ କହୁଥିଲେ। ଅନେକ ଥର କର୍ମଚାରୀମାନେ ଉପରେ ପହଞ୍ଚି ତାଙ୍କ ସହ କଥା ହେବାକୁ ଚେଷ୍ଟା କରିଥିଲେ ହେଁ ବିଫଳ ହୋଇଥିଲେ। ତାଙ୍କୁ ଧରିବା ପାଇଁ ଲାଇବ୍ରେରୀ ଚାରିପଟେ ଜାଲ ବିଛାଯାଇଥିଲା। ତାଙ୍କୁ ଖାଇବାକୁ ଦିଆଯିବା ସହ କଥା ହେବାକୁ ଚେଷ୍ଟା କରାଯାଇଥିଲା। ଶେଷରେ ତାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇପାରିଛି। ଉଦ୍ଧାର ସମୟରେ ବାଣୀବିହାର କ୍ୟାମ୍ପସ୍‌ ଲୋକାରଣ୍ୟ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri