ଅପହରଣ ପରେ ଯୁବକଙ୍କୁ ଟାୟାର ଜାଳି ହତ୍ୟା: ପୋଲିସର ତଦନ୍ତ ଆରମ୍ଭ

ଖୋର୍ଦ୍ଧା ଅଫିସ/ନିରାକାରପୁର,୫।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବଡ଼ପୋଖରିଆ ଓ ଉଗ୍ରତାରା ଛକ ନିକଟସ୍ଥ ଏକ ଜଙ୍ଗଲରୁ ଶୁକ୍ରବାର ସକାଳେ ହାଡ଼କଙ୍କାଳ ଜବତ ହୋଇଛି। ଏହା ନୟାଗଡ଼ ଜିଲା ଶରଣକୁଳ ଥାନା ଅନ୍ତର୍ଗତ କଲ୍ୟାଣପୁର ଗଁାର ରବି ପ୍ରଧାନ(୨୦)ଙ୍କର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ନିରାକାରପୁର ଥାନା ପୋଲିିସ ସହ ଶରଣକୁଳ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ପ୍ରକାଶ ଯେ, ଗତ ଜୁନ ୧୪ ତାରିଖ ରଜ ସଂକ୍ରାନ୍ତି ଦିନ ସନ୍ଧ୍ୟାରେ ରବି ବାଇକ ଯୋଗେ ବାହାରକୁ କେଉଁଆଡ଼େ ଯାଇଥିଲେ। ଘରକୁ ଫେରିବାରେ ବିଳମ୍ବ ହେବାରୁ ରାତିରେ ମା’ ଉଜ୍ଜଳା ତାଙ୍କୁ କଲ୍‌କରି ଶୀଘ୍ର ଫେରିଆସିବାକୁ କହିଥିଲେ। ଏହି ସମୟରେ ତାଙ୍କ ଜୀବନ ସଙ୍କଟରେ ବୋଲି ରବି ଉତ୍ତର ଦେଇଥିଲେ। କଲ୍ୟାଣପୁର ଗଁାର ଜ୍ୟୋତିର୍ମୟ ମହାନ୍ତି ଓ ଶ୍ରୀନିବାସ ପାତ୍ର ତାଙ୍କୁ ପିଛା କରିଥିବା ସେ କହିଥିଲେ। ପୁଅର କଥା ଶୁଣି ମା’ ବହୁ ଖୋଜାଖୋଜି କରିଥିଲେ। ମାତ୍ର ତାଙ୍କ ଟେର୍‌ ପାଇ ନ ଥିଲେ। ଏ ନେଇ ଗତ ୧୫ ତାରିଖରେ ଶରଣକୁଳ ଥାନାରେ ରବିଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ କରିଥିଲେ। ପୋଲିସ ନଂ. ୪୩/୧୯ରେ ମାମଲା ରୁଜୁକରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ପୋଲିସର ପ୍ରାଥମିକ ତଦନ୍ତ ଆଧାରରେ ରବିଙ୍କୁ ବଡ଼ପୋଖରିଆ ଅଞ୍ଚଳରେ ଟାୟାର ଜାଳି ହତ୍ୟା କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?