ଅପହର୍ତ୍ତାଙ୍କ କବଳରୁ ମୁକୁଳିଲେ ଯୁବକ

ବାରିପଦା ଅଫିସ,୧୯ା୯- ମୟୂରଭଞ୍ଜ ଜିଲା ଦେଉଳି ନିକଟରେ ବୁଧବାର ଟାଉନ ପୋଲିସ ଚଢ଼ାଉ କରି ଅପହର୍ତ୍ତାଙ୍କ କବଳରୁ ଜଣେ ଯୁବକଙ୍କୁ ଉଦ୍ଧାର କରିଛି। ଯୁବକ ଜଣକ ହେଲେ ବାଲେଶ୍ୱର ଜିଲା କମର୍ଦ୍ଦା ଅଞ୍ଚଳର ଅଞ୍ଜନ ଦାସ। ସଦର ଏସ୍‌ଡିପିଓ କେ.ପି ପଟ୍ଟନାୟକଙ୍କ ସୂଚନା ଅନୁଯାୟୀ, ପୂର୍ବ ଶତ୍ରୁତା ଯୋଗୁ ଅଞ୍ଜନଙ୍କୁ ତାଙ୍କ ସାଙ୍ଗମାନେ ଗତ ୧୬ ତାରିଖରୁ ଅପହରଣ କରି ନେଇଥିଲେ। ତାଙ୍କୁ ଛାଡ଼ିବା ପାଇଁ ୧ ଲକ୍ଷ ଟଙ୍କା ଦାବି କରିଥିଲେ। ଏଥିନେଇ ଅଭିଯୋଗ ପାଇ ପୋଲିସ ଏକ ମାମଲା ରୁଜୁ କରିଥିଲା। ତେବେ ଅପହର୍ତ୍ତାମାନେ ପୋଲିସ କବଳରୁ ଖସି ପଳାଇଛନ୍ତି। ଅପହର୍ତ୍ତାମାନେ ଚିହ୍ନଟ ହୋଇ ସାରିଛନ୍ତି। ସେମାନଙ୍କୁ ଖୁବ ଶୀଘ୍ର ଧରାଯିବ ବୋଲି ଭାରପ୍ରାପ୍ତ ଥାନା ଅଧିକାରୀ ସ୍ବର୍ଣ୍ଣଲତା ମିଞ୍ଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜରେ ପ୍ରବଳ ବର୍ଷା, ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଜିଲାର ବଡ଼ସାହି, ବେତନଟୀ, ବିଶୋଇ…

ବର୍ଷାରେ ପଡ଼ିଗଲା କାନ୍ଥ, ମୁଣ୍ଡରେ କାଠ ବାଡେଇ ହୋଇ ମହିଳା ମୃତ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ଅଧିନ ଭୁଲନ୍‌ପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ଚାଳଘର ଭୁଶୁଡ଼ି ଜଣେ ମହିଳାଙ୍କ ମୃତ୍ଯୁ ହୋଇଛି ।…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri