ଅପହୃତା ଛାତ୍ରୀ ଭୁବନେଶ୍ୱରରୁ ଉଦ୍ଧାର, ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୨୨ା୧୧- ବ୍ରହ୍ମପୁର ଟାଉନ ଥାନା ପୋଲିସ ଗୁରୁବାର ସକାଳେ ଜଣେ ଅପହୃତା ଛାତ୍ରୀଙ୍କୁ ଭୁବନେଶ୍ୱରରୁ ଉଦ୍ଧାର କରିଛି। ସେହିପରି ଅଭିଯୁକ୍ତ ପି.ଅନିଲ ଓରଫ ଆଳୁ (୨୭)ଙ୍କୁ ମାମଲା ନଂ. ୮୪/୧୮ରେ ଗିରଫ କରିଛି। ପୋଲିସ ଉଭୟ ପୀଡ଼ିତା ଓ ଅପହରଣକାରୀ ଆଳୁଙ୍କର ଏମ୍‌କେସିଜି ମେଡିକାଲରେ ଡାକ୍ତରୀମାଇନା କରିଥିଲା। ପରେ ଆଳୁଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବା ପରେ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ କହିଛି। ସେହିପରି ପୀଡିତାଙ୍କର ଧାରା ୧୬୪ ଅନୁସାରେ କୋର୍ଟରେ ବୟାନ ରେକର୍ଡ କରାଯାଇଛି। ପ୍ରକାଶ ଯେ, ୨୦୧୮ ଏପ୍ରିଲ ୧୮ ରେ ଆଳୁ ଜଣେ ଛାତ୍ରୀଙ୍କୁ ଅପହରଣ କରି ନେଇଥିଲେ। ପୀଡିତାଙ୍କ ମା’ ଏନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ଦେଢ଼ ବର୍ଷ ପରେ ବୁଧବାର ବିଳମ୍ବିତ ରାତିରେ ଆଳୁ ଭୁବନେଶ୍ୱରରେ ରହି ବିଏମ୍‌ସିର ଗାଡି ଚଲାଉଥିବା ଜାଣିବାକୁ ପାଇଥିଲା। ପୋଲିସର ଏକ ଟିମ୍‌ ଗୁରୁବାର ସକାଳେ ଭୁବନେଶ୍ୱରରେ ପହଞ୍ଚି ନାବାଳିକା ଅପହରଣ ଓ ବଳାତ୍କାର ଅଭିଯୋଗରେ ଆଳୁଙ୍କୁ ଗିରଫ କରିଥିଲା। ଅନ୍ୟପଟେ ପୀଡ଼ିତା ଛାତ୍ରୀଙ୍କୁ ମଧ୍ୟ ସେଠାରୁ ଉଦ୍ଧାର କରିଥିଲା ବୋଲି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri