ଅପହୃତା ନାବାଳିକା ଉଦ୍ଧାର, ନାଚ ମାଷ୍ଟର ଗିରଫ

ଭଞ୍ଜନଗର,୭।୧୨(ଡି.ଏନ୍‌.ଏ.): ବେଲଗୁଣ୍ଠା ଫାଣ୍ଡି ପୋଲିସ ଜଣେ ଅପହୃତା ନାବାଳିକାଙ୍କୁ ଶୁକ୍ରବାର ଉଦ୍ଧାର କରିବା ସହ ଅପହରଣ କରିଥିବା ନାଚ ମାଷ୍ଟରଙ୍କୁ ଗିରଫ କରିଛି। ନଂ୪୪୪।୧୯ରେ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି। ପ୍ରକାଶ ଯେ, ବେଲଗୁଣ୍ଠା ଫାଣ୍ଡି ଅଞ୍ଚଳରୁ ଜଣେ ୧୨ ବର୍ଷର ନାବାଳିକାଙ୍କ ଘରକୁ ବୁଗୁଡ଼ା ଥାନା ଅଞ୍ଚଳର ଜଣେ ଶିକ୍ଷକ (୫୨ବର୍ଷ) କୁଣିଆ ଆସିଥିଲେ। ଏହାପରେ ନାବାଳିକାକୁ ବିଭିନ୍ନ ପ୍ରଲୋଭନ ଦେଖାଇ ଗତ ୪ ତାରିଖ ଦିନ ନାଚ ଶିକ୍ଷକ ନେଇଯାଇଥିଲେ। ଏନେଇ ନାବାଳିକାଙ୍କ ପରିବାର ପକ୍ଷରୁ ଫାଣ୍ଡିରେ ଅଭିଯୋଗ ହୋଇଥିଲା। ଶୁକ୍ରବାର ପୋଲିସ ଫିରିଙ୍ଗିଆ ଅଞ୍ଚଳରୁ ଅଭିଯୁକ୍ତ ନାଚ ଶିକ୍ଷକଙ୍କୁ ଗିରଫ କରିବା ସହ ନାବାଳିକାଙ୍କୁ ଉଦ୍ଧାର କରିଛି। କେଉଁ ଉଦ୍ଦେଶ୍ୟରେ ସେ ନାବାଳିକାଙ୍କୁ ନେଇଥିଲେ ତାର ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ବିକାଶ ପରିଷଦ ବୈଠକ, ଜିଲା ଅନ୍ଦୋଳନକୁ ତ୍ୱରାନ୍ୱିତ କରିବା….

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ବରିଷ୍ଠ ଆଇନଜୀବୀ ସୋମନାଥ ନାୟକଙ୍କ ବାସଭବନରେ ରବିବାର ଘୁମୁସର ବିକାଶ ପରିଷଦର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି।…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri