Posted inଖେଳ

ଅପେକ୍ଷା କରିବାରେ ସାମସନ୍‌ଙ୍କ ରେକର୍ଡ

ପୁଣେ,୧୧।୧- ଉଇକେଟକିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଟି୨୦ରେ ଭାରତୀୟ ଦଳ ପାଇଁ ଖେଳିଥିଲେ। ପ୍ରଥମ ବଲରେ ଛକା ମାରି ଅନ୍ତର୍ଜାତୀୟ କ୍ରିକେଟକୁ ଫେରିଥିବା ଘୋଷଣା କରିଥିଲେ। କିନ୍ତୁ ପରବର୍ତ୍ତୀ ବଲରେ ସେ ଏଲବିଡବ୍ଲ୍ୟୁ ଆଉଟ୍‌ ହୋଇ ନିରାଶ ହୋଇଥିଲେ। ସେ ଟି୨୦ ଫର୍ମାଟରେ ୩ ହଜାରରୁ ଊଦ୍ଦର୍‌ବ ରନ୍‌ କରିଥିଲେ ମଧ୍ୟ କେବଳ ଦୁଇଟି ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି। ସାମସନ ୨୦୧୫ରେ ଜିମ୍ବାଓ୍ବେ ବିପକ୍ଷରେ ଭାରତ ପାଇଁ ଟି୨୦ ପଦାର୍ପଣ କରିଥିଲେ। ଦୀର୍ଘ ୫ ବର୍ଷ ପରେ ଦ୍ୱିତୀୟ ମ୍ୟାଚ୍‌ରେ ଖେଳିବାକୁ ସୁଯୋଗ ପାଇଥିଲେ। ଏହି ସମୟରେ ଭାରତ ୭୩ଟି ଅନ୍ତର୍ଜାତୀୟ ଟି୨୦ ଖେଳିସାରିଛି। ଯେକୌଣସି ଭାରତୀୟ ଖେଳାଳିଙ୍କ ପାଇଁ ଦୁଇ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିବା ମଧ୍ୟରେ ଏହା ସର୍ବାଧିକ ବ୍ୟବଧାନ। ପୂର୍ବରୁ ଏହି ରେକର୍ଡ ଭାରତୀୟ ପେସର ଉମେଶ ଯାଦବଙ୍କ ନାମରେ ଥିଲା। ଉମେଶ ୨୦୧୨ରୁ ୨୦୧୫ ମଧ୍ୟରେ କୌଣସି ଅନ୍ତର୍ଜାତୀୟ ଟି୨୦ ଖେଳି ନ ଥିଲେ। ସେହି ସମୟ ମଧ୍ୟରେ ଭାରତ ୬୫ ଟି୨୦ ଖେଳିଥିଲା। ସାମସନ୍‌ ଗତ ୮ଟି ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳରେ ସାମିଲ ଥିଲେ। ହେଲେ ଚୂଡ଼ାନ୍ତ ଏକାଦଶରେ ପ୍ରଥମ ଥର ପାଇଁ ସୁଯୋଗ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri