ଅଫିସରଙ୍କ ବେଖାତିରକୁ ନେଇ ପ୍ରଶ୍ନ: ବିଧାନସଭାରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କଲେ ମୋହନ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଅଫିସର ଆମକୁ ଖାତିର କରୁ ନାହାନ୍ତି। ବସିବା ପାଇଁ ଚେୟାର ଖଣ୍ଡେ ଦେଉନାହାନ୍ତି। ଆମେ କିଛି ପଚାରିଲେ ସେମାନେ ସିଟ୍‌ରୁ ଉଠୁନାହାନ୍ତି। ମୁଁ ତିନିଥର ବିଧାୟକ ହେଲିଣି। ଭୁବନେଶ୍ୱରର ଅତିଥି ଭବନରେ ରହିବା ପାଇଁ ଗୃହ ବିଭାଗ ଅତିରିକ୍ତ ସଚିବଙ୍କୁ ଦେଖାକଲି। ସେ ମୋତେ ଖାତିର କଲେ ନାହିଁ। ଏଭଳି ଆବେଗ ଭରା କଣ୍ଠରେ ଶୁକ୍ରବାର ବିଧାନସଭାରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ବିରୋଧୀ ଦଳ ସଚେତକ ମୋହନ ଚରଣ ମାଝି। ବିଧାୟକ ହେବା ପରେ ଭୁବନେଶ୍ୱରରେ ରହିବା ପାଇଁ ତାଙ୍କୁ ଏ ପର୍ଯ୍ୟନ୍ତ ସରକାରୀ କ୍ୱାର୍ଟର୍ସ ମିଳିନାହିଁ ବୋଲି ସେ ଅଭିଯୋଗ କରିଛନ୍ତି।
ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ସେ କହିଲେ ଯେ, ସଚିବାଳୟ ଓ ବିଧାନସଭାର ଆଖପାଖ ଅଞ୍ଚଳକୁ ଭିଭିଆଇପି ଏରିଆ ବୋଲି କୁହାଯାଉଛି। ମାତ୍ର ଏଠାରେ ଦିନ ଦୁଇପ୍ରହରରେ ଚୋରି ଡକାୟତି ହେଉଛି। ମୁଁ ଯେତେବେଳେ ପ୍ରଥମକରି ବିଧାୟକ ହୋଇଥିଲି ସେତେବେଳେ ମୋ କ୍ୱାର୍ଟର୍ସରୁ ଦୈନିକ ଚୋରି ହୁଏ। ବିଧାନସଭା ଚାଲିଥିବାବେଳେ ମୋତେ ଘର କିମ୍ବା ଅତିଥିଭବନ ମିଳିନାହିଁ। ଆଜି ମୁଁ ଫୁଟ୍‌ପାଥରେ ରହୁଛି। ମୋ ବ୍ୟକ୍ତିଗତ ସଚିବଙ୍କଠାରୁ ମଧ୍ୟାହ୍ନ ୧୨ଟାରେ ଛୁରିମାରି ଦୁର୍ବୃତ୍ତମାନେ କାଗଜପତ୍ର ଛଡ଼ାଇ ନେଇଗଲେ ବୋଲି ମାଝି କହିଛନ୍ତି। ଘର ଖଣ୍ଡେ ପାଇଁ ସେ କିପରି ହୀନସ୍ତା ହେଉଛନ୍ତି ତାହା ବଖାଣିଥିଲେ। ମୋହନଙ୍କ ଏପରି ଅବସ୍ଥା ଦେଖି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଥିଲେ, ଗୃହକାର୍ଯ୍ୟ ଶେଷ ହେବା ପରେ ମୋ ଚାମ୍ବରକୁ ଆସନ୍ତୁ। ଯାହା ସମସ୍ୟା ରହିଛି ସମାଧାନ କରିଦେବା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?