ଅଫିସ ପାଇଁ କରୋନା ଗାଇଡ୍‌ଲାଇନ୍‌ ଜାରି

ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଅଫିସଗୁଡିକ ପାଇଁ ନୂଆ କରୋନା ଗାଇଡ୍‌ଲାଇନ ଜାରି କରାଯାଇଛି । ଅଫିସ୍‌ରେ କରୋନା ସଂକ୍ରମଣ ବୃଦ୍ଧିକୁ ରୋକିବା ପାଇଁ ସରକାର ଏପରି ନିୟମ କରିଛନ୍ତି।

ସମ୍ପୃକ୍ତ ନିୟମଗୁଡ଼ିକ ହେଲା:
– ଅଫିସରେ ସାମାଜିକ ଦୂରତା ନିୟମ ପାଳନ ଉପରେ ଗୁରୁତ୍ୱ ଦିଆଯିବ
– ଅଫିସରେ କର୍ମଚାରୀମାନେ ଏକାଠି ହେବା କିମ୍ବା ବୈଠକ କରିପାରିବେ ନାହିଁ
– ସମସ୍ତ ଅଧିକାର, କର୍ମଚାରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
– ଡ୍ରାଇଭର, ସିକ୍ୟୁରିଟି ଗାର୍ଡ ଓ ଜଗୁଆଳିଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ
– ନିୟମିତ ସାବୁନରେ ହାତ ଧୋଇବା ଓ ସାମାଜିକ ଦୂରତା ବଜାୟ ରଖିବା
– କର୍ମଚାରୀ ଓ ଭିଜିଟର ଅଫିସ ପରିସରରେ ଛେପ ପକାଇବା ଦଣ୍ଡନୀୟ
– କଟକଣା ଖିଲାପ କଲେ ଶୃଙ୍ଖଳାଭଙ୍ଗ ଅଭିଯୋଗରେ କାର୍ଯ୍ୟାନୁଷ୍ଠା ନିଆଯିବ

ଏହାଛଡ଼ା କୌଣସି ଅଧିକାରୀ କିମ୍ବା କର୍ମଚାରୀ ଅସୁସ୍ଥ ଅନୁଭବ କଲେ ବିଶେଷକରି ଜ୍ବର କିମ୍ବା ଥଣ୍ଡା, କାଶରେ ପୀଡ଼ିତ ହେଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେଇ ଛୁଟିରେ ସଙ୍ଗରୋଧରେ ରହିବେ। ଅଫିସରେ ବୟସ୍କ ଓ ଗର୍ଭବତୀ ମହିଳା କର୍ମଚାରୀଙ୍କ ବ୍ୟତୀତ କାହାରିକୁ ଲିଫ୍ଟ ବ୍ୟବହାର କରିବାକୁ ଦିଆଯିବ ନାହିଁ। ଲିଫ୍ଟରେ ଅନ୍ୟୁନ ୪ ଜଣରୁ ଅଧିକ ଯାଇପାରିବେ ନାହିଁ। ଲିଫ୍ଟ ଭିତରେ କୌଣସି ବ୍ୟକ୍ତି ମୁହଁକୁ ମୁହଁ ନ ଅନାଇ ଲିଫ୍ଟ କାନ୍ଥ ପଟକୁ ଅନାଇବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଅଫିସରେ ଥିବା ଏୟାରକଣ୍ଡିସନକୁ ୨୪ରୁ ୩୦ ଡିଗ୍ରି ସେଣ୍ଟିଗ୍ରେଟ୍‌ରେ ଚାଲୁ ରଖିବାକୁ ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri