ଗୋପାଳପୁର,୨୪ା୬(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଗୋଳନ୍ଥରା ଚଟିସ୍ଥିତ ଅବକାରୀ କାର୍ଯ୍ୟାଳୟରୁ ସିଜ୍ ହୋଇ ରଖାଯାଇଥିବା ବିଦେଶୀ ମଦ ସୋମବାର ସନ୍ଧ୍ୟାରେ ଚୋରି ହୋଇଛି। ଏନେଇ ଗୋଳନ୍ଥରା ପୋଲିସ ତଦନ୍ତ ଚଳାଇଥିବାବେଳେ ଖବର ଲେଖାହେବା ସୁଦ୍ଧା ଥାନାରେ ମାମଲା ରୁଜୁ ହୋଇ ନ ଥିବା ଜଣାପଡିଛି।
ଚିକିଟି ଓ ଗୋଳନ୍ଥରା ଅବକାରୀ କାର୍ଯ୍ୟାଳୟର କର୍ମଚାରୀ ୨୪ ମେ’ ୨୦୧୮ରେ ଆନ୍ଧ୍ରରୁ ଓଡ଼ିଶା ଆସୁଥିବା ଏକ ବିଦେଶୀ ମଦ ଟ୍ରକକୁ ଜବତ କରିଥିଲେ। ଏନେଇ ନଂ.୫/୨୦୧୮-୧୯ରେ ମାମଲା ରୁଜୁ କରି ଗୋଳନ୍ଥରା ଅବକାରୀ କାର୍ଯ୍ୟାଳୟରେ ସିଜ୍ ମଦ ରଖାଯାଇଥିଲା। କାର୍ଯ୍ୟାଳୟଟି ନିଛାଟିଆ ସ୍ଥାନରେ ଥିବାରୁ ସୋମବାର ସନ୍ଧ୍ୟାରେ କେତେକ ଦୁର୍ବୃତ୍ତ ତାଲା ଭାଙ୍ଗି ବିପୁଳ ପରିମାଣର ମଦ ପେଟି ନେଇଯାଇଛନ୍ତି। ଗେଟ୍ ଖୋଲା ଥିବାରୁ ସ୍ଥାନୀୟ ଲୋକେ କାର୍ଯ୍ୟାଳୟର ଓଆଇସି ସୁବାସ ମହାଙ୍କୁଡ଼ଙ୍କୁ ଖବର ଦେଇଥିଲେ। ସେ ପହଞ୍ଚତ୍ ଉଚ୍ଚ ପଦାଧିକାରୀଙ୍କୁ ଜଣାଇଥିଲେ। ମଙ୍ଗଳବାର ମଧ୍ୟାହ୍ନରେ ଅବକାରୀ ଇନ୍ସପେକ୍ଟର ସୁନୀତା ମାରାଣ୍ଡି ପହଞ୍ଚତ୍ ତଦନ୍ତ କରିବା ପରେ ସନ୍ଧ୍ୟାରେ ଗୋଳନ୍ଥରା ପୋଲିସ ପହଞ୍ଚତ୍ ତଦନ୍ତ ଚଳାଇଛି।
ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…
ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…
ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା
ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍ଠାରେ…
ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍କ୍ତ ଗିରଫ
ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…
ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….
ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…
ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ
କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…
ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…
ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…
ମଦ ପିଇ ବସ୍ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍ ଆନାଲାଇଜର୍ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍ ସସ୍ପେଣ୍ଡ ସହ…
ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…
ଫାସଡ୍ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍ପର…
ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍ ଶୁକତେଲ ନଦୀ…
Archives

