ଅବକାରୀ ଚଢ଼ାଉ: ୧୦୦ କୁଇଣ୍ଟାଲ ମହୁଲଫୁଲ ଜବତ

କୁତ୍ରା, ୬।୧୧ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରାଠାରେ ରାଜଗାଙ୍ଗପୁର ଓ ବଡ଼ଗାଁ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୧୦୦ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ମହୁଲ ଫୁଲ ଜବତ କରାଯାଇଛି। କୁତ୍ରାଠାରେ ସନ୍ତୋଷ ବେହେରା ନାମକ ଜଣେ ବ୍ୟକ୍ତିଙ୍କ ଗୋଦାମରେ ୧୦୦ କୁଇଣ୍ଟାଲରୁ ଅଧିକ ବେଆଇନ ମହୁଲ ଫୁଲ ଗଚ୍ଛିତ ଥିବା ଅବକାରୀ ବିଭାଗ ନିକଟରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇ ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ତତ୍ପର ହୋଇଯାଇଥିଲା। ମଙ୍ଗଳବାର ଜିଲା ଅବକାରୀ ଅଧ୍ୟକ୍ଷ ଲକ୍ଷ୍ମୀଧର ପରିଡାଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ଇନ୍ସପେକ୍ଟର ସତ୍ୟଜିତ ଖୁଣ୍ଟୁଆ, ରାଜେନ୍ଦ୍ର ବେହେରା, ସବ୍‌ଇନ୍ସପେକ୍ଟର ଅଶୋକ ପଟେଲ, ଆର.କେ ନାଏକଙ୍କ ସମେତ ଅବକାରୀ କର୍ମଚାରୀ, କୁତ୍ରା ଥାନା ଏଏସଆଇ ଆର.କେ ନାଏକଙ୍କ ଉପସ୍ଥିତିରେ ଚଢ଼ାଉ କରିଥିଲେ। ମଙ୍ଗଳବାରଠାରୁ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ଚଢାଉ କରାଯାଇ ୧୦୦ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ମହୁଲ ଫୁଲ ଜବତ କରାଯାଇଛି। ଉକ୍ତ ଘଟଣାରେ ସମ୍ପୃକ୍ତ ଥିବା ସନ୍ତୋଷ ବେହେରାଙ୍କୁ ଅବକାରୀ ବିଭାଗ ଅଟକ ରଖିଥିବା ବେଳେ ଗୁରୁବାର ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଅବକାରୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri