ଅବକାରୀ ଚଢ଼ାଉ, ୩ ଗିରଫ

ବାଲିକୁଦା,୮ା୧(ସ୍ବ.ପ୍ର.): ବାଲିକୁଦା ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ଭୋର ସମୟରେ ଏରସମା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଚଢ଼ାଉବେଳେ ୮ଲିଟରରୁ ଊର୍ଦ୍ଧ୍ୱ ଦେଶୀ ଓ ବିଦେଶୀ ମଦ ଜବତ କରାଯିବା ସହ ୩ଜଣ ଚୋରାମଦ ବ୍ୟବସାୟୀଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତ ହେଲେ ଗଡ଼କକୁଜଙ୍ଗ ଗଁାର ସଞ୍ଜୟ ନାୟକ, କାହ୍ନୁଚରଣ ରାଉତ ଓ ନୂଆଗଁାସ୍ଥିତ ନୋଳିଆସାହିର ପ୍ରକାଶ ବେହେରା। ଏମାନେ ଚୋରାମଦ ବ୍ୟବସାୟ କରୁଥିବା ନେଇ ବିଭାଗ ନିକଟରେ ଅଭିଯୋଗ ହୋଇଥିଲା। ଅବକାରୀ ଏସପି ରତିକାନ୍ତ ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଏହି ଚଢ଼ାଉ କରାଯାଇଥିଲା। ଏସ୍‌ଆଇ ନିଳିମା ଜୟନ୍ତୀ ସ୍ବାଇଁ, ଏଏସ୍‌ଆଇ କୈଳାସ ଦାସ, କନଷ୍ଟେବଳ ଚିତ୍ତରଞ୍ଜନ ଦାଶ, ସବିତା ନାୟକ, ବିଶ୍ୱନାଥ ମୁଣ୍ଡା, ହିମାଂଶୁ ନାୟକ ପ୍ରମୁଖ ଚଢ଼ାଉରେ ସାମିଲ ହୋଇଥିଲେ। ଏନେଇ ୩ଟି ପୃଥକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri