ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ନୂଆ ଗାଇଡଲାଇନ ଅନୁସାରେ, ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ ନାହିଁ। ହେଲେ ରାଜ୍ୟର ଅନ୍ୟାନ୍ୟ ବେଳାଭୂମିରେ OTDCକୁ ବିକ୍ରି ପାଇଁ ଅନୁମତି ଦିଆଯାଇଛି। ବିଭିନ୍ନ ଇକୋ ରିଟ୍ରିଟରେ ମଧ୍ୟ ମଦ କୁଡ଼ିଆ ଖୋଲାଯାଇ ମଦ ବିକ୍ରି ହେବ ।

କିଛି ଦିନ ତଳେ ସରକାର ନୂଆ ଅବକାରୀ ନୀତି ୨୦୨୬-୨୯ ଆଣିଥିଲେ। ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରାଯାଇଥିଲା। ଏହି ନୀତି ଅଧୀନରେ ଏକ ଗୁରୁତ୍ୱପୂର୍ଣ୍ଣ ସିଦ୍ଧାନ୍ତ ହେଉଛି ଅବକାରୀ ଶୁଳ୍କ ଉପରେ ୦.୫% ଡି-ଆଡିକ୍ସନ ସେସ ପ୍ରବର୍ତ୍ତନ। ନୂଆ ଅବକାରୀ ନୀତିରେ ମଦକୁ କ୍ଷତିକାରକ ପଦାର୍ଥ ଭାବେ ସ୍ବୀକାର କରାଯାଇଛି। ବିଭିନ୍ନ ଅବକାରୀ ଲାଇସେନ୍ସ ପାଇଁ ଆବେଦନ ଶୁଳ୍କ ୧୦% ବୃଦ୍ଧି ହେବ। ଲାଇସେନ୍ସ ଶୁଳ୍କ ପ୍ରତିବର୍ଷ ୧୦ରୁ ୨୦% ପର୍ଯ୍ୟନ୍ତ ବୃଦ୍ଧି ପାଇବ। IMFL ଓ ଦେଶୀ ମଦ ଉପରେ ଅବକାରୀ ଶୁଳ୍କ ବୃଦ୍ଧି ହୋଇଛି। ରାଜ୍ୟରେ ନୂତନ OFF,CL ଦୋକାନ ଖୋଲିବାକୁ ଅନୁମତି ମିଳିବନି। ଗ୍ରାମାଞ୍ଚଳରେ ନୂଆ ମଦ ଦୋକାନ ଖୋଲିବାକୁ ମଧ୍ୟ ଅନୁମତି ମିଳିବନି । ଶ୍ରୀମନ୍ଦିର ଓ ବଡ଼ଦାଣ୍ଡ ପାଖରେ କୌଣସି ଅବକାରୀ ଦୋକାନ ଚାଲୁ ହେବନି ବୋଲି ସରକାର କହିଥିଲେ। ସମସ୍ତ ଉତ୍ପାଦନ ୟୁନିଟ ଓ ଖୁଚୁରା ଦୋକାନ CCTV ନିରୀକ୍ଷଣରେ ରହିବ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ହର୍ମୁଜ ପାର୍‌ ହେବା ପରେ ସମୁଦ୍ର ମଝିରେ ହେଲା ଖେଳ! ଭାରତ ଅଭିମୁଖେ ଯାଉଥିବା ଇରାନୀ ଜାହାଜ ହଠାତ୍‌ ନେଲା ୟୁ-ଟର୍ନ, ଗତି ବଦଳାଇ…

ନୂଆଦିଳ୍ଲୀ,୩।୪: ହର୍ମୁଜ ପ୍ରଣାଳୀ ପାର୍‌ ହେବା ପରେ ସମୁଦ୍ରରେ ଏକ ଅଜବ ଘଟଣା ଘଟିଛି। ସାତ ବର୍ଷ ପରେ ଇରାନରୁ ଭାରତକୁ ତେଲ ନେଇ ଯାଉଥିବା ଏକ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri