ଅବକାରୀ ବିଭାଗ ପକ୍ଷରୁ ଚଢାଉ: ବିପୁଳ ପରିମାଣର ମଦ, ପୋଚ ଜବତ

ଦେବଗଡ,୭ା୫(ଡି.ଏନ.ଏ)-ଦେବଗଡ ଜିଲା ଅବକାରୀ ବିଭାଗ ପକ୍ଷରୁ ଦେବଗଡ ଥାନା ଅଧିନ କାଲକାଠ ଗ୍ରାମର ଅଲେଖ କିସାନଙ୍କ ଘରେ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ମଦ ଜବତ କରାଯିବା ସହ ୧୬ କୁଇଣ୍ଟାଲ ଊର୍ଦ୍ଧ୍ୱ ମହୁଲ ପୋଚ ନଷ୍ଟ କରାଯାଇଛି। ଅଲେଖ ବେଆଇନ ମଦ ପ୍ରସ୍ତୁତ କରି ବିକ୍ରି କରୁଥିବା ନେଇ ଅବକାରୀ ବିଭାଗ ସୂଚନା ପାଇଥିଲା। ଖବରପାଇ ଅବକାରୀ ନିରୀକ୍ଷକ ପଦ୍ମଲୋଚନ ପ୍ରଧାନଙ୍କ ନେତୃତ୍ୱରେ ସବ୍‌ଇନ୍ସପେକ୍ଟର ପ୍ରଦ୍ୟୁମ୍ନ କୁମାର ସାହୁ, ରାଧାକାନ୍ତ ଭୋଇ, ଏଏସ୍‌ଆଇ ଦିଲୀପ ଶତପଥି, ଗୋବିନ୍ଦ ଚନ୍ଦ୍ର ପ୍ରଧାନ ପ୍ରମୁଖ ଚଢାଉ କରିଥିଲେ। ଚଢାଉ ସମୟରେ ଅବକାରୀ କର୍ତ୍ତୃପକ୍ଷଙ୍କୁ ଦେଖି ଅଲେଖ ଫେରାର ହୋଇଛନ୍ତି। ଫେରାର ଅଭିଯୁକ୍ତ ଅଲେଖଙ୍କ ନାମରେ ଏକ ଅବକାରୀ ମାମଲା ରୁଜୁ ହୋଇଛି।
ସେହିପରି ନିକଟସ୍ଥ ଜଙ୍ଗଲ ମଧ୍ୟରେ ବିଭାଗ ପକ୍ଷରୁ ଚଢାଉ କରାଯାଇ ୧୨ ଲିଟର ଦେଶୀ ରନ୍ଧା ମଦ ଜବତ କରାଯିବା ସହ ମଦ ତିଆରି ପାଇଁ ପ୍ରସ୍ତୁତ ହୋଇ ରହିଥିବା ୯୬୦ କିଲୋ ମହୁଲ ପୋଚ ନଷ୍ଟ କରାଯାଇଥିବା ବିଭାଗ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପ୍ରାଣୀଧନ ଚିକିତ୍ସାଧିକାରୀ

ଦେବଗଡ଼,ରିଆମାଳ,୨୨ା୩( ଶଶାଙ୍କ ଶେଖର ଝାଙ୍କର/ନିରଞ୍ଜନ ବେହେରା):କୁକୁଡା ଫାର୍ମ ପାଇଁ ବିଦ୍ୟୁତ୍‌ ସଂଯୋଗ ଓ ସବ୍‌ସିଡି ପ୍ରଦାନ ପାଇଁ ଜଣେ ଚାଷୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା...

କଂଗ୍ରେସ ସାଧାରଣ ସମ୍ପାଦିକା ନିଯୁକ୍ତ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ମହିଳା କଂଗ୍ରେସର ବରିଷ୍ଠ ନେତ୍ରୀ ମିନତୀ ନାଏକ ପ୍ରଦେଶ ମହିଳା କଂଗ୍ରେସର ସାଧାରଣ ସମ୍ପାଦିକା ଭାବେ ନିଯୁକ୍ତ...

ମୋର ଟିକେଟ ଫାଇନାଲ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ଗୋଟିଏ ବିଧାନସଭା ନିର୍ବାଚନମଣ୍ଡଳୀ। ଏଠାରେ ସବୁ ଦଳରେ ଅନେକ ଟିକେଟ ଆଶାୟୀ ଅଛନ୍ତି। ତେବେ ଟିକେଟ କିଏ...

ସ୍ବାମୀ-ପୁଅଙ୍କୁ ଛାଡି ପ୍ରେମିକଙ୍କ ସହ ଯାଇଥିଲେ, ମାଟିତଳୁ ମିଳିଲା ମୃତଦେହ

ଦେବଗଡ,୫।୩: ସ୍ବାମୀ ଓ ପୁଅକୁ ଛାଡି ପ୍ରେମିକ ସହ ଫେରାର ହୋଇଥିଲେ। ହେଲେ ଯେଉଁ ପ୍ରେମିକଙ୍କ ହାତ ଧରି ଘରର ଏରୁଣ୍ଡି ଡେଇଁଥିଲେ, ସିଏ ସାଜିଲା...

ମାଟିତଳୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ: କୁକୁର ଟାଣିଟାଣି କାଢ଼ୁଥିଲା

ଦେବଗଡ଼,୨।୩(ଶଶାଙ୍କ ଶେଖର ଝାଙ୍କର): ମାଟି ତଳେ  ପୋତା ଯାଇଥିବା ମହିଳାଙ୍କ ଗଳିତ ମୃତଦେହ ଠାବ ହୋଇଛି। ତାଙ୍କୁ କେହି  ହତ୍ୟା କରିଥିବା  ସନ୍ଦେହ କରାଯାଉଛି। ଏଭଳି...

ଜଙ୍ଗଲ ଭିତରେ ନରକଙ୍କାଳ ଠାବ

ଦେଗଗଡ଼,୧୨ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା କାଉଁଶିବାହାଳ ଗାଁ ନିକଟ ଜଙ୍ଗଲ ଭିତରେ ସୋମବାର ଏକ ନରକଙ୍କାଳ ଠାବ କରାଯାଇଛି । ମଗରମୁହିଁ ହୁଲି ଜଙ୍ଗଲ...

ଲୁହାପଥର ଚୋରା ଚାଲାଣ କରୁଥିଲେ: ଧରାପଡ଼ିଲେ ପୋଲିସ କନଷ୍ଟେବଳ

ଦେବଗଡ଼,୯।୨(ଶଶାଙ୍କ ଶେଖର ଝାଙ୍କର): ଡେପୁଟି ଡାଇରେକ୍ଟର ଅଫ୍‌ ମାଇନ୍ସ ପକ୍ଷରୁ ଜବତ କରାଯାଇଥିବା ଲୁହାପଥର ଚାଲାଣ ବେଳେ ପୋଲିସ କନେଷ୍ଟବଳଙ୍କ ସହ ୪ଜଣ ଗିରଫ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri