ଅନୁଗୋଳ ଅଫିସ, ୧।୫ – ଅନୁଗୋଳ ସହର ଉପକଣ୍ଠ କରଡ଼ାଗାଡ଼ିଆ ଭାଟିରେ ଚୋରା ମଦ କାରବାର ଅଭିଯୋଗରେ ଗିରଫ ହୋଇ ଜେଲ୍ରେ ଥିବା ଜଣାଶୁଣା ବ୍ୟବସାୟୀ ବିକ୍ରମ କିଶୋର ସାହୁଙ୍କ ସମ୍ପର୍କରେ ପ୍ରଶାସନ ପକ୍ଷରୁ ଅଧିକ ଖୋଳତାଡ଼ କରାଯାଉଛି। ଭାଟି ଲାଇସେନ୍ସ ରଦ୍ଦ ପାଇଁ ଅନୁଗୋଳ ପୋଲିସ ପକ୍ଷରୁ ଜିଲାପାଳଙ୍କୁ ସୁପାରିସ କରାଯାଇଥିବା ବେଳେ ଅବକାରୀ ବିଭାଗ ଦେଇଥିବା ରିପୋର୍ଟ ଉପରେ ପ୍ରଶାସନ ତର୍ଜମା କରୁଥିବା ସୂଚନା ମିଳିଛି। ତେବେ ଗିରଫ ହେବା ପରଠାରୁ ବ୍ୟବସାୟୀ ବିକ୍ରମ ଅସୁସ୍ଥ ଥିବା ଦର୍ଶାଇ ଆସୁଥିବା ବେଳେ ଏବେ ତାହାକୁ ଦେଖାଇ ପରିବାର ଲୋକମାନେ ବେଲ୍ ପାଇଁ ଉଦ୍ଦ୍ୟମ କରୁଥିବା ଜଣାପଡ଼ିଛି। ଏପରି କି ଗିରଫ ପରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବିକ୍ରମଙ୍କୁ କଟକ ମେଡିକାଲ ସ୍ଥାନାନ୍ତର ପାଇଁ ସେତେବେଳେ ବିଭିନ୍ନ ମହଲରୁ ଚାପ ପକାଯାଇଥିଲା ବୋଲି ଅଭିଯୋଗ ହେଉଛି। ଅନ୍ୟପକ୍ଷରେ ତାଙ୍କ ନାମରେ ଥିବା ଦେଶୀ ଭାଟି ଗୁଡ଼ିକ ଉପରେ ପୋଲିସ, ଅବକାରୀ ବିଭାଗ କଡ଼ା ନଜର ରଖିଛି। କେବଳ କରଡ଼ାଗାଡ଼ିଆ ଭାଟିରେ ଏପରି ଚୋରା ମଦ ପ୍ରସ୍ତୁତି ଚାଲିଥିଲା ନା ତାଙ୍କ ମାଲିକାନାରେ ଥିବା ଆଉ କେଉଁ ଭାଟି ଏଥିରେ ସାମିଲ ଥିଲା ତାହାର ଖୋଳତାଡ଼ ପ୍ରଶାସନ କରୁଛି। ଅବକାରୀ ବିଭାଗର ରିପୋର୍ଟ ହସ୍ତଗତ ହୋଇଥିବା ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି କହିବା ସହ ଲାଇସେନ୍ସ ରଦ୍ଦ ସମ୍ପର୍କରେ ତର୍ଜମା କରାଯାଉଥିବା ସୂଚନା ଦେଇଛନ୍ତି। ତେବେ ଜେଲ ସମ୍ମୁଖରେ ବିକ୍ରମଙ୍କ ସମର୍ଥକଙ୍କ ଭିଡ଼ ବଢ଼ୁଥିବାରୁ ଆବଶ୍ୟକ ପଡ଼ିଲେ ପାଟ୍ରୋଲିଂ ବଢ଼ାଯିବ ବୋଲି ଏସ୍ପି ଜଗମୋହନ ମୀନା ପ୍ରକାଶ କରିଛନ୍ତି।
Posted inଅନୁଗୋଳ, ଆମ ଜିଲା ଖବର View All
ଲୋକକଳା ପାଇଁ ଦିନଟିଏ
ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…
ହାତୀ ଆକ୍ରମଣରେ ଜଣେ ଗୁରୁତର
ରୁପ୍ରାରୋଡ୍,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…
ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…
ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…
୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା
ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…
ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା
ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…
ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା
ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…
ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ
କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…
ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା
ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…
Archives

