ଅବଢ଼ା ଯୋଜନା ପାଇଁ ଖର୍ଚ୍ଚ ହେବ ୩୨୦୮ କୋଟି

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ଅବଢ଼ା ଯୋଜନା ପାଇଁ ରାଜ୍ୟ ସରକାର ବୃହତ୍‌ ବ୍ୟୟବରାଦ କରିଛନ୍ତି। ଆସନ୍ତା ୩ ବର୍ଷ ପାଇଁ ସରକାର ଏହି ଯୋଜନା ସକାଶେ ୩୨୦୮ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଏହି ଯୋଜନାରେ ୭୧୯ କୋଟି ଟଙ୍କା ବ୍ୟୟବରାଦ କରିଥିବା ବେଳେ ୨୦୨୦-୨୧ରେ ୧୪୦୨ କୋଟି ଏବଂ ୨୦୨୧-୨୨ରେ ୧୦୮୭ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସୋମବାର ରାଜ୍ୟ କ୍ୟାବିନେଟ୍‌ ଏହି ପ୍ରସ୍ତାବ ଉପରେ ମୋହର ମାରିଛି।
ପୁରୀରେ ତୀର୍ଥଯାତ୍ରୀମାନଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଯାତ୍ରୀମାନଙ୍କୁ ଉନ୍ନତ ସୁବିଧାସୁଯୋଗ, ନିରାପତ୍ତା ଏବଂ ପୁରୀର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ପାଇଁ ୨୦୧୭-୧୮ରେ ରାଜ୍ୟ ସରକାର ଅବଢ଼ା ଯୋଜନା କାର୍ଯ୍ୟକାରୀ କରିବାକୁ ଘୋଷଣା କରିଥିଲେ। ଏହି ଯୋଜନାରେ ଶ୍ରୀଜଗନ୍ନାଥ ମନ୍ଦିର ସୁରକ୍ଷା, ଐତିହ୍ୟ କ୍ଷେତ୍ରର ବିକାଶ, ସେତୁ ପ୍ରକଳ୍ପ, ମୂଷା ନଦୀର ପୁନରୁଦ୍ଧାର, ବହୁତଳ କାର୍‌ ପାର୍କିଂ, ପୁରୀ ହ୍ରଦ ଉନ୍ନତୀକରଣ, ଜଗନ୍ନାଥ ବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର , ଗୃହ ନିର୍ମାଣ ଯୋଜନା, ରଘୁନନ୍ଦନ ପାଠାଗାର, ଆଚାର୍ଯ୍ୟ ହରିହର ଛକର ଉନ୍ନତୀକରଣ, ଅଠର ନଳା ଐତିହ୍ୟର ଉନ୍ନତୀକରଣ ଓ ବିଭିନ୍ନ ମଠର ଉନ୍ନତି ଆଦି ପ୍ରକଳ୍ପକୁ ଅନ୍ତର୍ଭୁକ୍ତ କରାଯାଇଛି। ଏହିସବୁ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ଉକ୍ତ ବ୍ୟୟବରାଦ କରିଛନ୍ତି । ଏହି ଯୋଜନାରେ ହବିଷିଆଳିମାନଙ୍କ ପାଇଁ ନୂତନ ଆଶ୍ରୟସ୍ଥଳୀ ନିର୍ମାଣ, ପୁରୀର ବିଭିନ୍ନ ସ୍ଥାନରେ ରାସ୍ତାର ଉନ୍ନତୀକରଣ, ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ବାତ୍ୟା ଫନୀର ପରବର୍ତ୍ତୀ ସମୟରେ ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ। ବିଚାରପତି ବି.ପି. ଦାଶଙ୍କ ତଦନ୍ତ କମିଟି ସୁପାରିସ ଆଧାରରେ ରାଜ୍ୟ ସରକାର କେତେକ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ସମସ୍ତ ଯୋଜନାକୁ ଅବଢ଼ା ଯୋଜନାରେ ସାମିଲ କରାଯାଇଛି।
ଏଥିସହିତ ପୁରୀ ଗୋବର୍ଦ୍ଧନ ପୀଠର ପରିଚାଳନା ଅଧିକାର ରାଜ୍ୟ ସରକାର ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କ ଉପରେ ନ୍ୟସ୍ତ କରିଛନ୍ତି। ହିନ୍ଦୁ ଧାର୍ମିକ ଅନୁଷ୍ଠାନ କ୍ଷେତ୍ରରେ ଶଙ୍କରାଚାର୍ଯ୍ୟଙ୍କ ଅଗ୍ରଣୀ ଓ ମୁଖ୍ୟ ଭୂମିକାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ହିନ୍ଦୁ ଦେବୋତ୍ତର ଅଧିନିୟମ ୧୯୫୧କୁ ସଂଶୋଧନ କରାଯାଇଛିି। ଏହି ଅଧିନିୟମରୁ ଗୋବର୍ଦ୍ଧନ ପୀଠକୁ ବାଦ୍‌ ଦିଆଯାଇଛି। ଏହି ମଠ ଉପରେ ସରକାରଙ୍କର କୌଣସି ନିୟନ୍ତ୍ରଣ ରହିବ ନାହିଁ। ସମସ୍ତ ପରିଚାଳନାଗତ କାର୍ଯ୍ୟ ଶଙ୍କରାଚାର୍ଯ୍ୟଙ୍କ ଦ୍ୱାରା ସମାପନ ହେବ। ଆଇନ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ କରିଛି।
ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ମୋଟ ୧୧ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ତଫସିଲ ଭୁକ୍ତ ଜାତି, ଜନଜାତି, ଅନ୍ୟାନ୍ୟ ପଛୁଆ ବର୍ଗ, ଆର୍ଥିକ ଅନଗ୍ରସର ବର୍ଗଙ୍କ ପାଇଁ ରେସିଡେଣ୍ଟ, ଇନ୍‌କମ୍‌ ସାର୍ଟିଫିକେଟ, ଜାତିଗତ ପ୍ରମାଣ ପତ୍ର ପାଇଁ ଆବେଦନ ଫି, ୟୁଜର ଫି ଏବଂ ଅନ୍ୟାନ୍ୟ ଫି ଦେବାକୁ ପଡ଼ିବ ନାହିଁ। ଏହି ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri