ଅବଦୁଲ କଲାମଙ୍କ ପ୍ରତିମୂର୍ତ୍ତି ଅନାବରଣ ଉତ୍ସବ

ନୟାଗଡ଼ ଅଫିସ,୧୬।୧୦-ମହାନ ଜନନାୟକ, ମିଶାଇଲ ମ୍ୟାନ, ଭାରତର ପୂର୍ବତନ ରାଷ୍ଟ୍ରପତି ତଥା ଭାରତରତ୍ନ ଡ. ଏ.ପି.ଜେ. ଅବଦୁଲ କଲାମଙ୍କ ପୁଣ୍ୟ ଜନ୍ମତିଥିରେ ମଙ୍ଗଳବାର ତାଙ୍କର ପ୍ରତିମୂର୍ତ୍ତି ଅନାବରଣ ଉତ୍ସବ ନୟାଗଡ଼ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ା ନୟାଗଡ଼ ବ୍ଲକ ଶିକ୍ଷକ ସମାଜ ଦ୍ୱାରା ସ୍ଥାପିତ ଏହି ପ୍ରତିମୂର୍ତ୍ତିକୁ ଜିଲା ଶିକ୍ଷା ଅଧିକାରୀ ଶିବ ଶଙ୍କର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଅନାବରଣ କରିଥିଲେ। ସମ୍ମାନିତ ଅତିଥିଭାବେ ବ୍ଲକ ଶିକ୍ଷାଧିକାରୀ ଗୀତାଞ୍ଜଳି ସାହୁ ଯୋଗଦେଇ କଲାମଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ା ଜିଲାରେ ଏହି ପ୍ରତିମୂର୍ତ୍ତି ସର୍ବପ୍ରଥମେ ସ୍ଥାପନ ହୋଇଥିବା ବେଳେ ଅବଦୁଲ କଲାମଙ୍କ ଆଦର୍ଶରେ ସମସ୍ତ ଶିକ୍ଷକ ତଥା ଛାତ୍ରୀଛାତ୍ର ଅନୁପ୍ରାଣିତ ହେବାପାଇଁ ଅତିଥିମାନେ ମତବ୍ୟକ୍ତ କରିଥିଲେ ା ଅକ୍ଟୋବର ୧୫ କଲାମଙ୍କ ଜନ୍ମଦିବସକୁ ମିଳିତ ଜାତିସଂଘ ପକ୍ଷରୁ ‘ବିଶ୍ୱ ଶିକ୍ଷାର୍ଥୀ ଦିବସ’ ଭାବେ ସମଗ୍ର ବିଶ୍ୱରେ ପାଳନ କରାଯାଉଥିବା ବେଳେ ଅଗାମୀ ଦିନରେ ବିଦ୍ୟାଳୟ ସ୍ତରରେ କଲାମଙ୍କ ଜନ୍ମଦିବସ ପାଳନ କରାଯିବା ପାଇଁ ଶିକ୍ଷକ ସମାଜ ପକ୍ଷରୁ ଜିଲା ଶିକ୍ଷା ଅଧିକାରୀଙ୍କୁ ଅନୁରୋଧ କରାଯାଇଥିଲା ା ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବ୍ଲକ ଶିକ୍ଷାଧିକାରୀ ଦାମୋଦର ଖିଲାର, ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ନୀଳାମ୍ବର ତ୍ରିପାଠୀ, ନିରଞ୍ଜନ ନାୟକ ଏବଂ ଧନେଶ୍ୱର ସେଠୀ ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ଶିକ୍ଷକ ନେତା ବଟକୃଷ୍ଣ ମିଶ୍ର, ଲକ୍ଷ୍ମୀଧର ସାହୁ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri