ଅବପାତରେ ପରିଣତ ହେଲା ଲଘୁଚାପ: ୧୧ଟି ଜିଲାରେ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୭।୮: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବର୍ତ୍ତମାନ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ଦକ୍ଷିଣ ଆଭ୍ୟନ୍ତରୀଣ ଓ ୧୧ଟି ଜିଲାରେ ପ୍ରବଳ ବର୍ଷା ହେବା ସହ ରେଡ୍‌ ଆଲର୍ଟ ଜାରି କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ ଓ ସୋନପୁରରେ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଏଥିସହ ଅନ୍ୟ ୧୦ଟି ଜିଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ବରଗଡ଼, ସମ୍ବଲପୁର ଓ କଟକ, ଢେଙ୍କାନାଳ, ଅନୁଗୋଳ, ଯାଜପୁର ଓ କେନ୍ଦ୍ରାପଡ଼ାକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri