Posted inଖେଳ

ଅବଶିଷ୍ଟ ମ୍ୟାଚ ଖେଳି ନ ପାରନ୍ତି ଗ୍ରିଜ୍‌ମାନ

ବାର୍ସିଲୋନା, ୧୩ା୭ (ଏପି)- ମାଂଶପେଶୀରେ ଇଞ୍ଜୁରି ଯୋଗୁ ସ୍ପାନିଶ ଫୁଟ୍‌ବଲ ଲିଗ୍‌ର ଅବଶିଷ୍ଟ ମ୍ୟାଚରୁ ବିଶ୍ରାମ ନେଇ ପାରନ୍ତି ଆଣ୍ଟୋନୀ ଗ୍ରିଜ୍‌ମାନ। ରବିବାର ଫିଟ୍‌ନେସ୍‌ ଟେଷ୍ଟ ହୋଇଥିଲା। ଗ୍ରିଜ୍‌ମାନଙ୍କ ଡାହାଣ ଜଙ୍ଘରେ ଆଘାତ ଲାଗିଥିବା ଦେଖାଯାଇଥିଲା। ତେଣୁ ତାଙ୍କୁ ବର୍ତ୍ତମାନ ପାର୍ଇ ଦଳରୁ ବାଦ୍‌ ଦିଆଯାଇଥିବା ବାର୍ସିଲୋନା ଫୁଟ୍‌ବଲ କ୍ଲବ ପକ୍ଷରୁ ସୂଚନା ଦିଆଯାଇଛି। ଫ୍ରାନ୍ସର ଏହି ଷ୍ଟାର ଖେଳାଳି କେବେ ସମ୍ପୂର୍ଣ୍ଣ ଫିଟ୍‌ ହେବେ କ୍ଲବର ତରଫରୁ ତାହା ସ୍ପଷ୍ଟ କରାଯାଇ ନାହିଁ। କିନ୍ତୁ ବାର୍ସିଲୋନାର ଶେଷ ଦୁଇଟି ମ୍ୟାଚରେ ସେ ଖେଳି ପାରିବେ ନାହିଁ। ଅଗଷ୍ଟରେ ନାପୋଲି ବିପକ୍ଷରେ ଟିମ୍‌ର ଚାମ୍ପିୟନ୍ସ ଲିଗ୍‌ ମ୍ୟାଚ ବେଳକୁ ସେ ଫିଟ୍‌ ହୋଇଥିବେ କି ନା ତାହା ମଧ୍ୟ ଅସ୍ପଷ୍ଟ। ସ୍ପାନିଶ ଲିଗ୍‌ରେ ରିଅଲ ମାଡ୍ରିଡ୍‌ଠାରୁ ଗୋଟିଏ ପଏଣ୍ଟ ପଛରେ ରହିଛି ବାର୍ସିଲୋନା। ଶନିବାର ଭାଲାଡୋଲିଡ୍‌ଠାରେ ବାର୍ସିଲୋନାର ୧-୦ ଗୋଲ ବିଜୟ ମ୍ୟାଚର ପ୍ରଥମାର୍ଦ୍ଧରେ ବଦଳ ଖେଳାଳିଭାବେ ଖେଳିଥିଲେ ଗ୍ରିଜ୍‌ମାନ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?