ଅବହେଳିତ ଆଦିବାସୀପଡ଼ା: ଅଣ୍ଟାଏ ପାଣିରେ ପଶି ଯା’ଆସ କରୁଛନ୍ତି ସିଂପଡ଼ାବାସୀ

ମହାକାଳପଡ଼ା, ୧।୧୦ (ଡି.ଏନ୍‌.ଏ.): ମହାକାଳପଡ଼ା ବ୍ଲକ ଅଧୀନ ବଉଳକଣୀ ପଞ୍ଚାୟତର ଆଦିବାସୀଡ଼ା ସିଂପଡା ଗ୍ରାମକୁ ଯିବାଆସିବା ପାଇଁ ପକ୍କା ରାସ୍ତା ନ ଥିବାରୁ ଲୋକମାନେ ନାନା ସମସ୍ୟା ଭୋଗୁଛନ୍ତି। ବର୍ଷ ତମାମ ଗ୍ରାମବାସୀ ଅସୁବିଧା ଭୋଗୁଥିବା ବେଳେ ବର୍ଷାଦିନେ ଏହି ସମସ୍ୟା ଦ୍ୱିଗୁଣିତ ହୋଇଯାଉଛି। ଗାଁ ବାହାରକୁ ଯିବାକୁ ହେଲେ ଲୋକଙ୍କୁ ଅଣ୍ଟାଏ ପାଣିରେ ପଶି ମୁଖ୍ୟରାସ୍ତାକୁ ଯିବାକୁ ପଡ଼ୁଛି। ଏହି ଗ୍ରାମରେ ୬୫ ଊର୍ଦ୍ଧ୍ୱ ଆଦିବାସୀ ପରିବାର ବସବାସ କରୁଥିବା ବେଳେ ଯା’ଆସ ପାଇଁ ସବୁଦିନିଆ ରାସ୍ତାଟିଏ ନିର୍ମାଣ କରାଯାଉ ନ ଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏ ନେଇ ଗ୍ରାମର ଫଗନ ସିଂ, ରବୀନ୍ଦ୍ର ସିଂ, ନନ୍ଦ ସିଂ, ଚରଣ ସିଂ, ରୁୟା ସିଂ ପ୍ରମୁଖ କହିଛନ୍ତି, ଗ୍ରାମ ରାସ୍ତା ନିର୍ମାଣ ପାଇଁ କେନାଲ ବନ୍ଧଠାରୁ ଲୁଣା ଘେରି ପର୍ଯ୍ୟନ୍ତ ୧.୭ କି.ମି. ରାସ୍ତା ମଧ୍ୟରୁ ୧ କିମି ରାସ୍ତା ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ୫ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଛଇ। ମାତ୍ର ଆଉ ୭ଶହ ମିଟର ରାସ୍ତା ଓ ଏକ କଲଭର୍ଟ ନିର୍ମାଣ ପାଇଁ ଆବଶ୍ୟକ ୫ଲକ୍ଷ ଟଙ୍କା ମଞ୍ଜୁର ହୋଇ ନଥିବାରୁ ରାସ୍ତା କାର୍ଯ୍ୟ ଅଧାରେ ରହିଛି।
ସେହିପରି ନିର୍ବାଚନ ପୂର୍ବରୁ ଏଠାରେ ସିଂପଡ଼ା ଗୋଷ୍ଠୀ କେନ୍ଦ୍ର ନିର୍ମାଣ ପାଇଁ ଆମ ଗାଁ ଆମ ବିକାଶ ଯୋଜନାରେ ୨ ଲକ୍ଷ ଟଙ୍କା ଅନୁଦାନ ଆସିଥିଲା। ମାତ୍ର ଏବେ ବି ଏହି ଗୋଷ୍ଠୀ କେନ୍ଦ୍ର ନିର୍ମାଣ କେବଳ ଏକ ଫଳକରେ ସୀମିତ ରହିଛି। ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିବା ବେଳେ ଆଦିବାସୀପଡ଼ା ସିଂପଡ଼ା ଗ୍ରାମ ଅବହେଳିତ ହୋଇରହିଛି। ତୁରନ୍ତ ଏହି ପଡ଼ାକୁ ରାସ୍ତା ନିର୍ମାଣ ପାଇଁ ବିଭାଗୀୟ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତ। ଏ ସମ୍ପର୍କରେ ବ୍ଲକ ସହକାରୀ ଯନ୍ତ୍ରୀ ମୁଲଲୀଧର ଦାସଙ୍କୁ ପଚାରିବାରେ ଉକ୍ତ ଗ୍ରାମ ରାସ୍ତା ନିର୍ମାଣ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri