ଅବହେଳିତ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି

ବ୍ରହ୍ମପୁର ଅଫିସ,୧୪ା୩

ମହାପୁରୁଷଙ୍କୁ ସମ୍ମାନ ଦେବା ଓ ତାଙ୍କର ସ୍ମୃତିକୁ ମନେ ପକାଇବା ପାଇଁ ସହରର ବିଭିନ୍ନ ସ୍ଥାନରେ ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ସ୍ଥାପିତ କରାଯାଇଥାଏ। କିନ୍ତୁ ବ୍ରହ୍ମପୁର ସହରର କେତେକ ସ୍ଥାନରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଅବହେଳିତ ଅବସ୍ଥାରେ ଥିବା ଦେଖିବାକୁ ମିଳିଛି ।
ପ୍ରେମ ନଗର ଚତୁର୍ଥ ଗଳି ଛକ ନିକଟରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଅବହେଳିତ ଭାବରେ ରାସ୍ତା କଡ଼ରେ ପଡ଼ି ରହିଛି । ପ୍ରାୟ ୩୫ରୁ ୩୬ ବର୍ଷ ପୂର୍ବେ ଖଡୁରା ସାହି ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରେ ଏହି ମୂର୍ତ୍ତି ସ୍ଥାପନ କରାଯାଇଥିଲା । କିନ୍ତୁ ଫାଇଲିନ୍‌ ସମୟରେ ଉକ୍ତ ବିଦ୍ୟାଳୟ କ୍ଷତିଗ୍ରସ୍ତ ହୋଇଥିଲା। ଏହା ସହିତ ଡ୍ରେନ ଓ ରାସ୍ତା ସମ୍ପ୍ରସାରଣ ନିମନ୍ତେ ବିଦ୍ୟାଳୟକୁ ଅନ୍ୟତ୍ର ଘୁଞ୍ଚା ଯାଇଥିଲା। ଫଳରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର କରାଯାଇ ରାସ୍ତା କଡ଼ରେ ରଖାଯାଇଥିଲା। ଠିକ୍‌ ସେହି ଦିନଠାରୁ ଏଭଳି ଭାବରେ ପ୍ରତିମୂର୍ତ୍ତିଟି ଅବହେଳିତ ହୋଇ ରହିଛି। ଏଥି ମଧ୍ୟରେ ଡ୍ରେନ ଓ ରାସ୍ତା ସମ୍ପ୍ରସାରଣ ପାଇଁ ଉଚ୍ଛେଦ କାମ ସରିଥିଲେ ମଧ୍ୟ ଉକ୍ତ ପ୍ରତିମୂର୍ତ୍ତି ଉପରେ କାହାର ଦୃଷ୍ଟି ପଡୁନାହିଁ ବୋଲି ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ଏହି ପ୍ରତିମୂର୍ତ୍ତିକୁ ବ୍ରହ୍ମପୁର ମହାନଗର ନିଗମ ଶୀଘ୍ର ଉପଯୁକ୍ତ ସ୍ଥାନରେ ସ୍ଥାପନ କରିବାକୁ ଜନସାଧାରଣ ଦାବି କରିଛନ୍ତି । ଏ ସମ୍ପର୍କରେ ବ୍ରହ୍ମପୁର ମହାନଗର ନିଗମ କମିଶନର ଚକ୍ରବର୍ତ୍ତୀ ସିଂ ରାଠୋରଙ୍କୁ ପଚାରିବାରୁ, ଉକ୍ତ ସ୍ଥାନ ମଧ୍ୟରୁ ସାଉଥ୍‌କୋକୁ ବିଦ୍ୟୁତ୍‌ ଶୁଳ୍କ ଆଦାୟ ନିମନ୍ତେ କିଛି ସ୍ଥାନର ଆବଶ୍ୟକ ରହିଛି ବୋଲି ସେ ଚିଠି ମାଧ୍ୟମରେ ଆମକୁ ଜଣାଇଛନ୍ତି । ଉକ୍ତ ସ୍ଥାନ ସାଉଥକୋକୁ ହସ୍ତାନ୍ତର କଲାପରେ ବାକି ସ୍ଥାନରେ ଗୋଟିଏ ଛୋଟିଆ ପାର୍କ କରାଯାଇ ସେହି ସ୍ଥାନରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବା ପାଇଁ ପ୍ରକ୍ରିୟା ଚାଲୁ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri