ରୂପ୍ସା, ୧୪।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍ସା ଥାନା ଅନ୍ତର୍ଗତ ୬୦ନଂ. ଜାତୀୟ ରାଜପଥ ଦେଇ ନିୟମିତ ବେଆଇନ ମୋରମ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଏ ନେଇ ସ୍ଥାନୀୟ ଲୋକେ ବିଭିନ୍ନ ସମୟରେ ପୋଲିସ ଓ ପ୍ରଶାସନର ଦୃଷ୍ଟି ଆକର୍ଷଣ କରୁଥିଲେ ମଧ୍ୟ ଏହାକୁ ରୋକିବା ଲାଗି କୌଣସି ପଦକ୍ଷେପ ନିଆଯାଉ ନାହଁି। ତୁରନ୍ତ ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆଗାମୀ ଦିନରେ ଜୋରଦାର ଆନ୍ଦୋଳନ କରାଯିବ ବୋଲି ସ୍ଥାନୀୟ ବିଭିନ୍ନ ସଂଗଠନ ଓ ଯୁବକ ସଂଘ ତରଫରୁ ଚେତାବନୀ ଦିଆଯାଇଛି।
ଉଲ୍ଳେଖନୀୟ ଯେ, ମୟୂରଭଞ୍ଜ ଜିଲାର କେତେକ ଅଞ୍ଚଳରୁ ଦୈନିକ ରାତିରେ ମୋରମ ବୋଝେଇ ଗାଡି ରୂପ୍ସା ରାସ୍ତା ଦେଇ ୬୦ନଂ. ଜାତୀୟ ରାଜପଥକୁ ଚଳାଚଳ କରୁଛି। ଭାରିଯାନ ଚଳାଚଳ ଯୋଗୁ ବୈଶିଙ୍ଗା-ରୂପ୍ସା ରାସ୍ତା ଓ ରୂପ୍ସା-ବସ୍ଷ୍ଟାଣ୍ଡ ରାସ୍ତା ନଷ୍ଟ ହେଉଥିବା ଲୋକେ ଅଭିଯୋଗ କରୁଛନ୍ତି। ଅପରପକ୍ଷେ ରାଜସ୍ବ ବିଭାଗ ଓ ପୋଲିସ ପକ୍ଷରୁ ମୋରମ ବେପାରୀଙ୍କୁ ସୁଯୋଗ ଦିଆଯାଉଥିବା ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି। ପୂର୍ବରୁ ବସ୍ତା ତହସିଲ ଅନ୍ତର୍ଗତ ଗଡ଼ପଦା ପଞ୍ଚାୟତର ଲଛମନଖୁଣ୍ଟା ମୌଜା ଅଞ୍ଚଳରୁ ଅବାଧରେ ବର୍ଷକୁ ପ୍ରାୟ କୋଟିଏ ଟଙ୍କାର ମୋରମ୍ ଲୁଟ୍ ହେଉଥିଲା। ପଞ୍ଚାୟତ ତରଫରୁ ଦଳମତ ନିର୍ବିଶେଷରେ ସମସ୍ତ ଜନପ୍ରତିନିଧି ଏହାକୁ ବିରୋଧ କରିବା ପରେ ପ୍ରଶାସନ ବାଧ୍ୟ ହୋଇ ସେଠାରେ ୧୪୪ ଧାରା ଜାରି କରିବା ସହ ମୋରମ ଚାଲାଣକୁ ବନ୍ଦ କରିଛି। ହେଲେ ମୋରମ ବ୍ୟବସାୟୀମାନେ ଏବେ ମୟୂରଭଞ୍ଜ ଅଞ୍ଚଳରୁ ମେଶିିନ ଯୋଗେ ମୋରମ ଖୋଳି ବାଲେଶ୍ୱର, ମୟୂରଭଞ୍ଜ ଜିଲା ସମେତ ପଡୋଶୀ ପଶ୍ଚିମବଙ୍ଗକୁ ଚୋରା ଚାଲାଣ କରୁଥିବା ଦେଖାଯାଉଛି। ପ୍ରଶାସନ ସବୁ ଜାଣିଶୁଣି ନୀରବ ରହିବା ନେଇ ସାଧାରଣରେ ନାନା ସନ୍ଦେହ ସୃଷ୍ଟି ହୋଇଛି। ଏ ସମ୍ପର୍କରେ ସଦର ତହସିଲ୍ଦାର ପଞ୍ଚାନନ ପାତ୍ରଙ୍କୁ ପଚରାଯିବାରୁ ବେଆଇନ ମୋରମ ଚାଲାଣ ରୋକିବା ଦିଗରେ ବିଭାଗ ତରଫରୁ ନିଶ୍ଚିତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।
ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..
ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…
ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…
ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…
ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍ଭିନ୍ କରୁଛି ସାଇଣ୍ଟିଫିକ୍ ଟିମ୍
ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…
କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…
ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍ ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍…
ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ
ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…
ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ
ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…
ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…
ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…
ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……
ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…
Archives

