Posted inଜାତୀୟ

ଅବୁଝମାଡ୍‌ ଅଞ୍ଚଳରେ ରହିଛି କେତେ ଗାଁ ତାହା ସରକାରଙ୍କୁ ନାହିଁ ଜଣା

ରାୟପୁର,୮।୭: ଛତିଶଗଡ଼ର ମାଓବାଦୀ ପ୍ରବଣ ଅଞ୍ଚଳ ଅବୁଝମାଡ୍‌ରେ କେତେ ଗାଁ ରହିଛି ସେ ନେଇ କୌଣସି ତଥ୍ୟ ସରକାରଙ୍କ ପାଖରେ ନାହିଁ। ଘନ ଜଙ୍ଗଲ ଦ୍ୱାରା ପରିବେଷ୍ଟିତ ଏହି ଅଞ୍ଚଳର ରାଜସ୍ବ ସର୍ଭେ ପାଇଁ ମୋଗଲ ଶାସନ ସମୟରେ ପ୍ରୟାସ କରାଯାଇଥିଲା। ତେବେ ତାହା ହୋଇ ପାରି ନ ଥିଲା। ପରେ ବ୍ରିଟିଶ୍‌ ଶାସନ ସମୟରେ ମଧ୍ୟ ଏନେଇ ଚେଷ୍ଟା କରାଯାଇଥିଲେ ମଧ୍ୟ ସଫଳତା ମିଳି ନ ଥିଲା। ବସ୍ତର ଜିଲାର ସଭାଙ୍ଗ ଅନ୍ତର୍ଗତ ଅବୁଝମାଡ୍‌ରେ ଏପର୍ଯ୍ୟନ୍ତ ବାସ୍ତବ ରାଜସ୍ବ ସର୍ଭେ ହୋଇ ପାରିନାହିଁ। ୨୦୧୬ ଅକ୍ଟୋବରରେ ସରକାର ଆଇଆଇଟି ରୁକ୍‌କୀ ସହାୟତାରେ ଭୌଗୋଳିକ ସୂଚନା ପ୍ରଣାଳୀ ତଥା ଉପଗ୍ରହ ଦ୍ୱାରା ଏଠାରେ ୨୩୭ ଗାଁକୁ ଚିହ୍ନଟ କରିଥିଲେ। ତେବେ ଗାଁରେ ପହଞ୍ଚି କୌଣସି ରାଜସ୍ବ ଅଧିକାରୀ ଏହାର ବାସ୍ତବ ସର୍ଭେ କରି ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri