ଅବୈଧ ପ୍ରେମ ସମ୍ପର୍କକୁ ନେଇ ଶିକ୍ଷକଙ୍କୁ ହତ୍ୟା: ସ୍ତ୍ରୀ, ପ୍ରେମିକ ଓ ସହଯୋଗୀ ଗିରଫ

ମୁନିଗୁଡ଼ା,୩୦।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଅନ୍ତର୍ଗତ କୁଟ୍ରାଗଡ଼ ଗ୍ରାମ ବଂଶଧରା ପୋଲ ତଳୁ ଗତ ୨୦ ତାରିଖରେ ଜଣେ ଶିକ୍ଷକଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ପୋଲିସ ଘଟଣାର ତଦନ୍ତ କରିବା ସହ ୧୦ ଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ମୃତ ଶିକ୍ଷକ ଗୁଣପୁରର ରାଜେନ୍ଦ୍ର ମହାନନ୍ଦିଆ(୩୮)ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଜଣାପଡ଼ିଛି।

ପୋଲିସଠାରୁ ମିଳିଥିବା ସୂଚନାନୁଯାୟୀ, ରାଜେନ୍ଦ୍ର ମୁନିଗୁଡ଼ା ବ୍ଲକ ଅନ୍ତର୍ଗତ ସମଦଳା ଗ୍ରାମରେ ଶିକ୍ଷକତା କରୁଥିଲେ। ସେ ଗୁଣପୁରର ସୁନିତାଙ୍କୁ ବିବାହ କରି ପରିବାର ସହ ଗୋବର୍ଦ୍ଧନ ସାହିରେ ଭଡ଼ା କରି ରହୁଥିଲେ। ତେବେ ସୁନିତାଙ୍କ ସହ ଆମ୍ବେଦକର ନଗର ନିବାସୀ ରମେଶ ପାତ୍ରିକା(୪୨)ଙ୍କ ବିବାହ ପୂର୍ବରୁ ଓ ପରେ ପ୍ରେମ ସମ୍ପର୍କ ଥିଲା। ଦୀର୍ଘ ୨୨ ବର୍ଷ ଧରି ଉଭୟ ଉଭୟଙ୍କୁ ପ୍ରେମ କରି ଆସୁଥିଲେ। ରମେଶ ସୁନିତାଙ୍କୁ ପାଖରେ ରଖିବାକୁ ଚାହୁଁଥିବା ବେଳେ ରାଜେନ୍ଦ୍ରଙ୍କୁ ଦୂରେଇ ଦେବା ପରେ ଏଭଳି ସମ୍ଭବ ବୋଲି ସୁନିତା କହୁଥିଲେ। ପ୍ରଥମେ ରମେଶ ରାଜେନ୍ଦ୍ରଙ୍କୁ ବିଷାକ୍ତ ଔଷଧ ଦେଇ ମାରିବାର ଯୋଜନା କରିଥିଲେ। ମାତ୍ର ଏଥିରେ ବିଫଳ ହେବା ପରେ ଗତ ୧୯ ତାରିଖ ରାତିରେ ଯୋଜନା କରି ଭଡ଼ାସୁତ୍ରରେ ଏକ କାର ଆଣି ଗାନ୍ଧୀନଗରରେ ରହୁଥିବା ବନ୍ଧୁ କାଳିଆ ଶ୍ରୀରାମଙ୍କ ନିକଟରେ ପହଞ୍ଚିଥିଲେ। ସେଠାରୁ ସନ୍ଧ୍ୟାରେ ବିଦେଶୀ ମଦ କିଣି ସେଥିରେ କିଛି ନିଦ ବଟିକା ଗୁଣ୍ଡ କରି ପକାଇଥିଲେ। କାଳିଆ ରାଜେନ୍ଦ୍ରଙ୍କୁ ଘରୁ ଡ଼ାକି ଆଣିବା ପରେ ୩ ଜଣ ବଂଶଧରା ନଦୀ କୂଳରେ ମଦ ପିଇଥିଲେ। ରାଜେନ୍ଦ୍ର ବାଇକ୍‌ ଯୋଗେ ଯାଇଥିବା ବେଳେ କାଳିଆ ଓ ରମେଶ କାରରେ ଯାଇଥିଲେ। ତେବେ ମଦ ପିଇବା ପରେ ରମେଶ ରାଜେନ୍ଦ୍ରଙ୍କ ମୁଣ୍ଡକୁ ଇଟାରେ ଛେଚିବା ସହ ତଣ୍ଟି ଚିପି ହତ୍ୟା କରିଥିବା ପୋଲିସ ଆଗରେ ସ୍ବିକାର କରିଛନ୍ତି। ହତ୍ୟା ପରେ ମୃତଦେହକୁ ସେଠାରେ ଛାଡ଼ି ଚାଲିଯାଇଥିଲେ। ରମେଶ ଆନ୍ଧ୍ରପ୍ରଦେଶ ପଳାଇବାକୁ ଉଦ୍ୟମ କରୁଥିବା ଖବର ପାଇ ମୁନିଗୁଡ଼ା ପୋଲିସ ଗୁଣପୁର ପୋଲିସର ସହାୟତା ନେଇ ତାଙ୍କୁ ଗିରଫ କରାଯାଇଛି। ପରେ ତାଙ୍କୁ ପଚରାଉଚରା କରିବା ପରେ ସମସ୍ତ ଘଟଣା ଉପରୁ ପର୍ଦ୍ଦା ଉଠିଛି। ପୋଲିସ ମାମଲା ନଂ(୬୬/୧୯) ରୁଜୁ କରି ସୁନିତା ଓ ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତେବେ ହତ୍ୟା ମାମଲାର ତଦନ୍ତରେ ସନ୍ତୋଷ ପାଢ଼ୀ, ମନୋଜ ସାହୁ, ନିରଞ୍ଜନ ଦାସ, ସୁପ୍ରଭା ସାହୁ ପ୍ରମୁଖ ସହାୟତା କରିଥିବା ଥାନା ସୁତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri