ଅବ୍ୟବସ୍ଥାରେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟ: ନାମକୁ ମାତ୍ର ସିକ୍ୟୁରିଟି ବ୍ୟବସ୍ଥା, ନିଷେଧାଦେଶ ସତ୍ତ୍ୱେ ହେଉଛି ପାର୍କିଂ

ଆନନ୍ଦପୁର,୧୫। ୭(ସ୍ବ.ପ୍ର.)- ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ନାମକୁ ମାତ୍ର ସିକ୍ୟୁରିଟି ବ୍ୟବସ୍ଥା ରହିଛି। ସିକ୍ୟୁରିଟି ଗାର୍ଡମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ ନିଜ ୟୁନିଫର୍ମ ପରିଧାନ କରି ଏଣେତେଣେ ଟହଲ ମାରୁଛନ୍ତି। ନୋ ପାର୍କିଂ ଜୋନ୍‌ରେ ସିକ୍ୟୁରିଟି ନିଜେ ଡ୍ୟୁଟି କରୁଥିଲେ ସୁଦ୍ଧା ଲୋକେ ଯାନବାହନ ପାର୍କିଂ କରି ଡାକ୍ତରଖାନାର ସମ୍ମୁଖ ଭାଗରେ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି କରୁଛନ୍ତି। ଡାକ୍ତରଖାନାକୁ ରୋଗୀଙ୍କୁ ନେଇ ଆସୁଥିବା ଆମ୍ବୁଲାନ୍ସ କିମ୍ବା ଅଗ୍ନିଶମ ବିଭାଗ ଯାନଗୁଡିକ ପାଇଁ ସମସ୍ୟା ସୃଷ୍ଟି ହେଉଛି। ମେଡିକାଲ କର୍ତ୍ତୃପକ୍ଷ ସବୁ ଦେଖି ନ ଦେଖିଲା ପରି ରହିବା ଅତ୍ୟନ୍ତ ଦୁଃଖର ବିଷୟ ପାଲଟିଛି। ଡାକ୍ତରଖାନା ସମ୍ମୁଖରେ ଥିବା ଗଛମୂଳରେ ରୋଗୀ କିମ୍ବା ସେମାନଙ୍କ ସମ୍ପର୍କୀୟ ବସାଉଠା କରୁଥିବା ବେଳେ ନିଷେଧାଦେଶ ସତ୍ତ୍ୱେ ସେଠାରେ ମାଳ ମାଳ ବାଇକ୍‌ , ଚାରିଚକିଆ ଯାନ ପାର୍କିଂ କରାଯାଉଛି। ହେଲେ ସିକ୍ୟୁରିଟି ବାବୁମାନେ ସବୁ ଦେଖି ନ ଦେଖିଲା ଭଳି ଚୁପ ହୋଇ ରହୁଛନ୍ତି। ଜଣଙ୍କର ଡ୍ୟୁଟି ସରିଲେ ଆଉ ଜଣେ ଆସୁଛନ୍ତି ହେଲେ କାହାରି ଏଥିପ୍ରତି ନଜର ନାହିଁ। ବିଭାଗୀୟ କର୍ତ୍ତୃପକ୍ଷ ରୋଗୀମାନଙ୍କ ହିତକୁ ଦୃଷ୍ଟିରେ ରଖି ଏଥିପ୍ରତି ଯତ୍ନବାନ ହେବା ଆବଶ୍ୟକତା ରହିଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri