ଅବ୍ୟବସ୍ଥା ଘେରରେ ଭୀମ ଭୋଇ ସାମର୍ଥ୍ୟ ଶିବିର

କର୍ଲାମୁଣ୍ଡା,୨୬।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ପ୍ରଶାସନର ଅବହେଳା ଯୋଗୁ ୫୦ରୁ ଊର୍ଦ୍ଧ୍ୱ ଭିନ୍ନକ୍ଷମ ବ୍ୟକ୍ତି ଅନ୍‌ଲାଇନ ପଞ୍ଜୀକୃତ କରି ନ ପାରି ହଇରାଣ ହୋଇଥିବା ଦେଖିବାକୁ ମିଳିଛି। ସୂଚନାମତେ ବ୍ଲକରେ ହୋଇଥିବା ଭୀମଭୋଇ ସାମର୍ଥ୍ୟ ଶିବିରରେ ୨୨୫ ଜଣ ବ୍ୟକ୍ତି ପଞ୍ଜୀକୃତ ହୋଇଥିଲେ । କଳାହାଣ୍ଡି ମୁଖ୍ୟ ଚିକିତ୍ସାଧିକାରୀ ବନଲତା ଦେବୀ, ଏଡିଏମଓ (ଏଫ.ଡବ୍ଲ୍ୟୁ) ଅଶୋକ କୁମାର ଦାସ, ମାନସିକ ରୋଗୀ ବିଶେଷଜ୍ଞ ପ୍ରତାପ କୁମାର ପଟନାୟକ, ଆଖି ବିଶେଷଜ୍ଞ ପ୍ରିୟଙ୍କା ସିନ୍ଧେ, ଅସ୍ତି ବିଶେଷଜ୍ଞ ସୁନୀଲ କୁମାର ପାଢୀ, ଇଏନଟି ସ୍ପେଶାଲିଷ୍ଟ ପି.କେ. ପାଣ୍ଡେ ପ୍ରମୁଖ ଯୋଗଦେଇ ଅନ୍‌ଲାଇନ ହୋଇଥିବା ବ୍ୟକ୍ତିମାନଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନ କରିଥିଲେ। ଅନ୍ୟପଟେ ଭିନ୍ନକ୍ଷମ ପ୍ରମାଣପତ୍ର ପାଇବା ପାଇଁ ଅନ୍‌ଲାଇନ ପଞ୍ଜୀକୃତ କରାଯିବା ବ୍ୟବସ୍ଥା ରହିଥିଲେ । ହେଲେ ପର୍ଯ୍ୟାପ୍ତ ପରିମାଣରେ ଅନଲାଇନ ପଞ୍ଜୀକରଣ ପାଇଁ ବ୍ଲକ ପକ୍ଷରୁ ବ୍ୟବସ୍ଥା କରାଯାଇ ନ ଥିବାରୁ ଅନେକ ବ୍ୟକ୍ତି ପଞ୍ଜୀକୃତ କରି ନ ପାରି ନିରାଶରେ ଫେରିଛନ୍ତି। ଏ ନେଇ ବିଏସଏସଓଙ୍କ ଅନୁପସ୍ଥିତିରେ କାର୍ଯ୍ୟକ୍ରମ ଆୟୋଜନର ଦାୟିତ୍ୱରେ ରହିଥିବା ପ୍ରଗତି ସହାୟକ ପୁରୁଷୋତ୍ତମ ଧରୁଆଙ୍କୁ ପଚାରିବାରୁ ଯେଉଁମାନେ ଶୁକ୍ରବାର ଅନ୍‌ଲାଇନ ପଞ୍ଜୀକୃତ କରିପାରି ନାହାନ୍ତି, ସେମାନଙ୍କ ପାଇଁ ୧ ତାରିଖରେ ବ୍ଲକ ପକ୍ଷରୁ ଅନ୍‌ଲାଇନ ବ୍ୟବସ୍ଥା କରାଯିବ ବୋଲି ସୂଚନା ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ପକ୍ଷରୁ ପିଇଓ ଶଙ୍କର ପଧାନ, କ୍ଷୀରସାଗର ରଣା, ପାର୍ଥ ରଣା, ପ୍ରଦୀପ ସାହୁ, ଜଗଦୀଶ ଜାନୀ ଓ ଗ୍ରାମରୋଜଗାର ସେବକ ଶିବ କୁମାର ଭୋଇ, କ୍ଷମାସାଗର ସାହୁ, ସୀତାରାମ ପାତ୍ର, ଶିଶିର ଗହୀର, ଉମେଶ ସୁନା, ଛାୟାକାନ୍ତ ସାହୁ ବିପିସି ରୁଦ୍ରପ୍ରସାଦ ସାହୁ, ନରେଗା ସହାୟକ ବିରଞ୍ଚତ୍ ଗହୀର, ଏସିପି ସତ୍ୟନାରାୟଣ ପଧାନ, ଡିଇଓ ନରହରି ସାହୁ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ପ୍ରଣବଙ୍କ ମନ୍ତବ୍ୟକୁ ଭାଜପାର କାଉଣ୍ଟର ଆଟାକ

କୁଚିଣ୍ଡା,୨୨ା୪(ବିରଞ୍ଚତ୍ ଦର୍କା):ଗତ ଶନିବାର ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କୁଚିଣ୍ଡା ଗସ୍ତରେ ଆସି ନବୀନ ପଟ୍ଟନାୟକ ସରକାର...

ସାଂସଦଙ୍କ ପ୍ରତିନିଧିରୁ ସାଂସଦ ପ୍ରାର୍ଥୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର)କଂଗ୍ରେସ ପକ୍ଷରୁ ଶନିବାର ୩ ଲୋକ ସଭା ୧୬ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି। ସମ୍ବଲପୁର ଲୋକ ସଭା ଆସନରୁ ଦଳ ପୂର୍ବତନ...

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri