ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଅବକାରୀ କାର୍ଯ୍ୟାଳୟ

ଖଣ୍ଡପଡ଼ା,୩୦ା୪(ସ୍ବ.ପ୍ର.)-ଖଣ୍ଡପଡ଼ା ସହରର ୧୨ ନଂ ୱାର୍ଡ ଚିନିକଳ ସାହିରେ ଲକ୍ଷାଧିକ ଟଙ୍କା ବ୍ୟୟରେ ଅବକାରୀ ବିଭାଗର ନୂତନ କାର୍ଯ୍ୟାଳୟଟି ନିର୍ମାଣ କରାଯାଇଥିଲା। ତେବେ ସମ୍ପ୍ରତି ଏହା ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଚାଲିଥିବା ଅଭିଯୋଗ ହେଉଛି। ଏଠାରେ କାର୍ଯ୍ୟରତ କର୍ମଚାରୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସୂଚନାଯୋଗ୍ୟ, କାର୍ଯ୍ୟାଳୟର ସମ୍ମୁଖ ଭାଗ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ଜବରଦଖଲ ଭାବେ ଏଠାରେ ସ୍ଥାୟୀ ଦୋକାନ ଗୃହ ନିର୍ମାଣ କରାଯାଇଥିବାରୁ ଏହାକୁ ହଟାଇବା ପାଇଁ ସ୍ଥାନୀୟ ତହସିଲ ପ୍ରଶାସନ ଦୃଷ୍ଟିଦେବାକୁ ଦାବି ହେଉଛି। ୨ ବର୍ଷ ତଳୁ କାର୍ଯ୍ୟାଳୟଟି କାର୍ଯ୍ୟକ୍ଷମ ହୋଇଥିଲେ ମଧ୍ୟ ଅଦ୍ୟାବଧି ଏହି ସ୍ଥାନକୁ ବିଦ୍ୟୁତ୍‌ ସଂଯୋଗୀକରଣ ହୋଇପାରିନାହିଁ। ବିଦ୍ୟୁତ୍‌ ସଂଯୋଗ ନିମନ୍ତେ କାର୍ଯ୍ୟାଳୟ ନିକଟରେ ବିଦ୍ୟୁତ୍‌ ଖୁଣ୍ଟ ପୋତାଯାଇଛି। ତେବେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ ବିଦ୍ୟୁତ୍‌ ବିଭାଗ(ସେସୁ) କର୍ତ୍ତୃପକ୍ଷଙ୍କ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ଏହି କାର୍ଯ୍ୟରେ ବାଧାସୃଷ୍ଟି ହୋଇଥିବା ଅଭିଯୋଗ ହେଉଛି। ବିଭିନ୍ନ ସମସ୍ୟା ମଧ୍ୟ ଦେଇ ଗତି କରୁଥିବା ଏହି କାର୍ଯ୍ୟାଳୟଟି ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?