ଅଭିନେତ୍ରୀ ପୂର୍ବରୁ ଯୋଗ ଶିଖାଉଥିଲେ ଅନୁଷ୍କା

ଫିଲ୍ମ ‘ବାହୁବଳୀ-୨’ ସୁପରହିଟ୍‌ ହେବା ପରେ ‘ଦେବସେନା’ ଅର୍ଥାତ୍‌ ଅନୁଷ୍କା ସେଟ୍ଟୀଙ୍କ ଅଭିନୟକୁ ପ୍ରଶଂସା କରାଯାଇଥିଲା। ହେଲେ ଫିଲ୍ମରେ ନାୟକ ସାଜିଥିବା ଅଭିନେତା ପ୍ରଭାସଙ୍କ ସହ ତାଙ୍କର ସମ୍ପର୍କକୁ ନେଇ ସେ ଚର୍ଚ୍ଚାକୁ ଆସିଥିଲେ। ବର୍ତ୍ତମାନ ଅନୁଷ୍କା ସାଉଥ୍‌ ସିନେମାରେ କାମ କରୁଛନ୍ତି। ଆଜି ଅନୁଷ୍କା ନିଜର ୩୮ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ଆସନ୍ତୁ ଜାଣିବା ତାଙ୍କ ବିଷୟରେ କିଛି ଅଜଣା କଥା।
ଅନୁଷ୍କାଙ୍କ ପ୍ରକୃତ ନାମ ସ୍ବିଟି ସେଟ୍ଟୀ। ୨୦୦୫ରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ସୁପର’ରୁ ସେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିଥିଲେ। ଅଭିନୟ ପୂର୍ବରୁ ଅନୁଷ୍କା ପିଲାମାନଙ୍କୁ ଯୋଗ ଶିଖାଉଥିଲେ। ତାଙ୍କ ସୌନ୍ଦର୍ଯ୍ୟକୁ ଦେଖି ଏକଦା ଜଣେ ନିର୍ଦ୍ଦେଶକ ତାଙ୍କୁ ନିଜ ସିନେମାରେ ଅଫର ଦେଇଥିଲେ। ଏହା ପରେ ସେ ଆଉ ପଛକୁ ଫେରି ଚାହିଁ ନାହାନ୍ତି। ଗୋଟିଏ ପରେ ଗୋଟିଏ ସଫଳ ସିନେମାରେ କାମ କରି ସେ ଏବେ ଜଣେ ଆଗଧାଡ଼ିର ଅଭିନେତ୍ରୀ ପାଲଟିଛନ୍ତି। ଅନୁଷ୍କାଙ୍କ ସଫଳ ସିନେମା ‘ସାଇଜ୍‌ ଜିରୋ’ ମଧ୍ୟରେ ଅନ୍ୟତମ। ଏଥିପାଇଁ ସେ ୨୦ କିଲୋ ଓଜନ ବଢ଼ାଇଥିଲେ। ଖୁବ୍‌ କମ୍‌ ସମୟ ମଧ୍ୟରେ ସଫଳତା ପାଇଥିବା ଅଭିନେତ୍ରୀଙ୍କ ମଧ୍ୟରୁ ସେ ଜଣେ। ୨୦୧୦ରେ ସେ ତାମିଲ ଫିଲ୍ମ ‘ସିଂଘମ’ରେ କାମ କରିଥିଲେ। ପରେ ସେ ‘ସିଂଘମ୍‌ -୨’, ‘ବିଲ୍ଲା’ ଆଦି ଅନେକ ସିନେମାରେ କାମ କରିଛନ୍ତି। ‘ବିଲ୍ଲା’ରେ ଅନୁଷ୍କାଙ୍କ ବିପକ୍ଷରେ ପ୍ରଭାସ ଅଭିନେତା ସାଜିଥିଲେ। ଫିଲ୍ମର ଶୁଟିଂ ସମୟରେ ସେମାନେ ପରସ୍ପରର ନିକଟତର ହୋଇଥିଲେ ବୋଲି ଚର୍ଚ୍ଚା ଜୋର୍‌ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri