ଅଭିନୟ ମାଧ୍ୟମରେ କରୋନା ସଚେତନତା

ଆରଡ଼ି,୨୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିରେ ଶୁକ୍ରବାର କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ା ଯାଜପୁର ଜିଲା ମଙ୍ଗଳପୁରର ଚିନ୍ମୟ କଲ୍ୟାଣ ସାମାଜିକ ସଂଗଠନ ଦ୍ୱାରା ପରିଚାଳିତ ଡଲଫିନ ଡ୍ୟାନ୍ସ ସ୍କୁଲ ଆଣ୍ଡ ଗ୍ରୁପର କଳାକାର ମାନେ ଶିବ, ପାର୍ବତୀ, ଯମ ଏବଂ କରୋନା ରାକ୍ଷସ ଆଦି ଚରିତ୍ରରେ ଅଭିନୟ କରିଥିଲେ। ସାମାଜିକ ଦୂରତା ରକ୍ଷା ସହ ମାସ୍କ ପିନ୍ଧିବାକୁ କଳାକାରମାନେ ଉପସ୍ଥିତ ଦର୍ଶକଙ୍କୁ ସଚେତନ କରାଇଥିଲେ। ଏପରି କାର୍ଯ୍ୟ ସହ ନିଜ ଅଞ୍ଚଳକୁ ସାନିଟାଇଜ କରିବା ଦ୍ୱାରା କରୋନା ରାକ୍ଷସର ମୃତ୍ୟୁ ହେବ ବୋଲି ଅଭିନୟ ମାଧ୍ୟମରେ ସେମାନେ ଦର୍ଶକଙ୍କ ମନ ମୋହିଥିଲେ ା ଆରଡ଼ି ବଜାର ବ୍ୟତୀତ ପହଣା ବସ୍‌ଷ୍ଟାଣ୍ଡରେ ମଧ୍ୟ ଏହି କଳାକାର ମାନେ ସଚେତନ କରାଇଥିଲେ। ଅନୁଷ୍ଠାନର ଅଧ୍ୟକ୍ଷ ଚିନ୍ମୟ ଦାସ, ମିହିର କୁମାର ମଲ୍ଲିକ, ଶଶିକାନ୍ତ ପଣ୍ଡା, ମାନସ ସେଠ, ସତ୍ୟବ୍ରତ ବାରିକଙ୍କ ଏଭଳି ସଚେତନତା ପ୍ରୟାସକୁ ସ୍ଥାନୀୟ ଅଞ୍ଚଳବାସୀ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

କଲରାପତରିଆ ବାଘର ମୃତଦେହ ଠାବ: ଶିମିଳିପାଳ ଅଭୟାରଣ୍ୟରୁ ଖସି ଆସି…

ନୀଳଗିରି,୧୨।୫(ପ୍ରଶାନ୍ତ କୁମାର ବିଶ୍ବାଳ)ବାଲେଶ୍ୱର ଜିଲା ନୀଳଗିରି ରେଞ୍ଜ ଅଧୀନ କାଠଗୋଛି ଜଙ୍ଗଲରେ ଏକ କଲରାପତରିଆ ବାଘ ମୃତଦେହ ଠାବ। ସୋମବାର ବିଳମ୍ବିତ ରାତିରେ ବାଘଟି କୁଳଡିହା କିମ୍ବା…

ହରିପୁରରେ ମହିଳାଙ୍କୁ କୋଦାଳରେ ହାଣି ହତ୍ୟା: ମୃତଶରୀରକୁ ସାଇକେଲରେ ରଖି ଥାନାକୁ ଆଣିଲେ ପରିବାର

ଖଇରା,୧୨।୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ବର ଜିଲା ଖଇରା ଥାନା ଅଧିନ ହରିପୁର ଗ୍ରାମରେ ଛାତ ସେଣ୍ଟରିଂକୁ କେନ୍ଦ୍ର କରି ସୁରେନ୍ଦ୍ର ସେଠୀଙ୍କ ଭଉଣୀ କମଳା(୩୯)ଙ୍କୁ କୋଦାଳରେ ହାଣି ହତ୍ୟା କରିବା…

ପଡ଼ୋଶୀଙ୍କ କୋଦାଳ ଆଉ ଶାବଳମାଡ଼ରେ ମହିଳାଙ୍କ ଜୀବନ ଗଲା

ଖଇରା,୧୧ା୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ହରିପୁର ଗ୍ରାମରେ ଘର ତିଆରି ପାଇଁ ସେଣ୍ଟରିଂ ବେଳେ ଅଭାବନୀୟ ଘଟଣା ଘଟି ଯାଇଛି। ସୀମା ବିବାଦକୁ…

୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ସିଜିଏସଟି ସୁପରିଟେଣ୍ଡେଣ୍ଟ, ବାନ୍ଧିଲା CBI

ବାଲେଶ୍ବର,୯।୫ ବାଞ୍ଛାନିଧି ଦେ): ଲାଞ୍ଚ ନେଉଥିବାବେଳେ କେନ୍ଦ୍ରୀୟ ଦ୍ରବ୍ୟ ଓ ସେବାକର (ସିଜିଏସଟି)ବିଭାଗର ବାଲେଶ୍ବର ଆଞ୍ଚଳିକ ଅଧୀକ୍ଷକ (ଟେକ୍ନିକାଲ  ସୁପରିଟେଣ୍ଡେଣ୍ଟ) ଓମ ପ୍ରକାଶ ନାୟକଙ୍କୁ ସିବିଆଇ ଟିମ…

ରାଜପଥରେ ଟ୍ରକକୁ ପିଟିଲା ହାଇୱା   ହେଲପର ମୃତ, ଡ୍ରାଇଭର ଗୁରୁତର

 ବାଲେଶ୍ୱର,୫।୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୧୬ ନଂ ଜାତୀୟ ରାଜପଥ ରୂପସା ଥାନା ଅନ୍ତର୍ଗତ ଯୁକନଣ୍ଡି ଛକ ନିକଟରେ ମଙ୍ଗଳବାର ଏକ ମର୍ମଦୁନ୍ତ ସଡ଼କ  ଦୁର୍ଘଟଣା ଘଟିଛି…

ବାଲେଶ୍ବର ବଢୁଛି ଜିଞ୍ଜର କାରବାର; ମାଡି ବସିଲା ଅବକାରୀ ପୋଲିସ, ୭ଅଭିଯୁକ୍ତ ଗିରଫ

ବାଲେଶ୍ୱର,୩ା୫( ବାଞ୍ଛାନିଧି ଦେ): ଜିଞ୍ଜର ଚାଲାଣ ବେଳେ ମାଡି ବସିଲା ଅବକାରୀ ପୋଲିସ । ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ଭ୍ରାମ୍ୟମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri