ଅଭିଭାବକଙ୍କୁ ମିଳିଲା ମଧ୍ୟାହ୍ନଭୋଜନ ଚାଉଳ ଟୋକନ୍‌

ବନ୍ତ,୩୦।୩(ଡି.ଏନ୍‌.ଏ.): କରୋନା ପାଇଁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରିଥିବା ବେଳେ ଛାତ୍ରୀଛାତ୍ରଙ୍କ ପାଇଁ ମଧ୍ୟାହ୍ନଭୋଜନ ଚାଉଳ ପ୍ରଦାନର ବ୍ୟବସ୍ଥା କରିଛନ୍ତି। ସୋମବାର ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ବିଦ୍ୟାଳୟରେ ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ବିଦ୍ୟାଳୟରୁ ଟୋକନ୍‌ ସଂଗ୍ରହ କରୁଥିବାର ଦେଖାଯାଇଛି। ପଳାସଗଡ଼ିଆସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୬ଷ୍ଠରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୨୨୦ ପିଲାଙ୍କୁ ଟୋକନ୍‌ ଦିଆଯାଉଛି। ପ୍ରତି ପିଲା ପିଛା ୪ କିଗ୍ରା ୫୦୦ କରି ୩ ମାସ ପାଇଁ ୧୩ କିଗ୍ରା ୫୦୦ ଚାଉଳ ଦିଆଯିବା ପାଇଁ ଟୋକନ୍‌ ପ୍ରଦାନ କରାଯାଉଛି। ବିଭିନ୍ନ ସ୍ଥାନରୁ ଆସୁଥିବା ଅଭିଭାବକମାନଙ୍କୁ ପ୍ରଥମେ ସାନିଟାଇଜର୍‌ରେ ହାତ ସଫା କରିବାକୁ ଦିଆଯାଉଛି। ଭାରପ୍ରାପ୍ତ ଅଧ୍ୟକ୍ଷ ମନୋରଞ୍ଜନ ବଳ, ଶିକ୍ଷକ ରତିକାନ୍ତ ପଣ୍ଡା, ବାସୁଦେବ ପହି, ଶିକ୍ଷାକର୍ମଚାରୀ ସତ୍ୟପ୍ରିୟ ସୁଶୀଲ ନାୟକ, ଦିଲ୍ଲୀପ ମହାନ୍ତି, ଦୀପକ ମୁଖୀ ପ୍ରମୁଖ ଟୋକନ୍‌ ଦାୟିତ୍ୱରେ ଅଛନ୍ତି। ସେହିପରି ନିଳୋକ ହରିହର ସରକାରୀ ସଂଯୁକ୍ତ ଉପ୍ରା ବିଦ୍ୟାଳୟରେ ୧୫୦ ପିଲାଙ୍କ ପାଇଁ ଟୋକନ୍‌ ବ୍ୟବସ୍ଥା ହୋଇଛି। ସକାଳୁ ଅଭିଭାବକମାନେ ବିଦ୍ୟାଳୟ ପରିସରରେ ବୃତ୍ତ ଚିହ୍ନ ମଧ୍ୟରେ ଠିଆ ହୋଇ ଟୋକନ୍‌ ସଂଗ୍ରହ କରୁଛନ୍ତି। ପ୍ରଥମରୁ ୫ମ ଶ୍ରଣୀ ପିଲାଙ୍କୁ ଏପ୍ରିଲ୍‌, ମେ, ଜୁନ୍‌ ୩ ମାସର ୯ କିଗ୍ରା ଏବଂ ୬ଷ୍ଠରୁ ୮ମ ଶ୍ରେଣୀ ପିଲାଙ୍କୁ ୩ ମାସର ୧୩ କିଗ୍ରା ୫ଶହ ଗ୍ରାମର ଟୋକନ୍‌ ପ୍ରଦାନ କରାଯାଉଛି। ଟୋକନ୍‌ ପ୍ରଦାନରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ବଟକୃଷ୍ଣ ସେଠୀ, ଶିକ୍ଷକ ନିରାକର ଜେନା, ସୁରେନ୍ଦ୍ର ପଣ୍ଡା, ରତିକାନ୍ତ ନାୟକ, ପରିଚାଳନା କମିଟିର ଅଧ୍ୟକ୍ଷ ଅଭିରାମ ଜେନା ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri