ଅଭିଭାବକ, ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଜାରି: ଫିକା ପଡିଲା ସରସ୍ବତୀ ପୂଜା

ଜଳେଶ୍ୱର, ୩୧।୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲଟିରେ ଟାଉନ୍‌ ହାଇସ୍କୁଲର ପ୍ରଧାନଶିକ୍ଷକଙ୍କୁ ଡିଇଓ ନିଲମ୍ବନ ଓ ବଦଳି କରିବା ନେଇ ୨ ଦିନ ଧରି ଛାତ୍ରୀଛାତ୍ର, ଅଭିଭାବକ ଓ ପୁରାତନ ଛାତ୍ରୀଛାତ୍ର ଆନ୍ଦୋଳନ ଚଳାଇଛନ୍ତି। ଏହି ଆନ୍ଦୋଳନ ଗୁରୁବାର ୩ୟ ଦିବସରେ ପହଞ୍ଚତ୍ଛି। ପ୍ରଥମ ଦିନରେ ଛାତ୍ରୀଛାତ୍ରମାନେ ବିଦ୍ୟାଳୟ ପରିସର ମଧ୍ୟରେ, ଦ୍ୱିତୀୟ ଦିନ ଛାତ୍ରୀଛାତ୍ରମାନେ ଅଭିଭାବକମାନଙ୍କ ସହିତ ଫାଟକ ବାହାରେ ଓ ୫୭ତମ ରାଜ୍ୟ ରାଜପଥ ପାର୍ଶ୍ୱରେ ଆନ୍ଦୋଳନ ଚଳାଇ ଆସୁଛନ୍ତି। ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ଆଦେଶ ଓ ବଦଳି ପ୍ରତ୍ୟାହୃତ ନ ହେବା ଯାଏ ଆନ୍ଦୋଳନ ଚାଲୁ ରହିବ ବୋଲି ସେମାନେ ପ୍ରକାଶ କରିଥିଲେ। ଗୁରୁବାର ସରସ୍ବତୀ ପୂଜା ହୋଇଥିଲେ ମଧ୍ୟ ବିଦ୍ୟାଳୟରେ ୮ରୁ ୧୦ ଜଣ ଛାତ୍ରୀଛାତ୍ର ଯୋଗଦେଇଥିବା ବେଳେ ଶିକ୍ଷୟତ୍ରୀଶିକ୍ଷକମାନେ ଉପସ୍ଥିତ ଥିଲେ। ଆନ୍ଦୋଳନ ଯୋଗୁ ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଆସି ନ ଥିବା ଅଭିଭାବକମାନେ କହିଛନ୍ତି। ଗତ ବୁଧବାର ଜଳେଶ୍ୱର ବ୍ଲକ ନୋଡ଼ାଲ ଶିକ୍ଷକ ମୂରଲୀ ପ୍ରଧାନ ଓ ଓଷ୍ଟାର ଜିଲା ସମ୍ପାଦକ ମନୋରଞ୍ଜନ ଦାସ ଘଟଣାସ୍ଥଳକୁ ଯାଇ ଡିଇଓଙ୍କ ସହ ବାଲେଶ୍ୱରରେ ଆଲୋଚନା କରିବାକୁ ପରାମର୍ଶ ଦେଇଥିଲେ ମଧ୍ୟ ତାହା କାର୍ଯ୍ୟକାରୀ ହୋଇପାରିନାହିଁ। ଛାତ୍ରୀଛାତ୍ର ଓ ଅଭିଭାବକମାନଙ୍କ ଆନ୍ଦୋଳନ ଜାଣି ବିଧାୟକ ଅଶ୍ୱିନୀ ପାତ୍ର ବାଲେଶ୍ୱର ଡିଇଓଙ୍କ ସହ ଆଲୋଚନା କରିବା ସହ ଅତିଶୀଘ୍ର ସମସ୍ୟାର ସମାଧାନ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri