ଅଭିଭାବକ, ଶିକ୍ଷକ ଏକ ମୁଦ୍ରାର ଦୁଇପାର୍ଶ୍ୱ

ନୂଆପଡା ଅଫିସ,୨୮ା୬: ବିଦ୍ୟାଳୟଗୁଡିକରେ ଗୁଣାତ୍ମକ ଶିକ୍ଷାର ବିକାଶ ସକାଶେ ଅଭିଭାବକ ଏବଂ ଶିକ୍ଷକମାନଙ୍କ ଅବଦାନ ରହିବା ବାନଛନୀୟ। ଏମାନେ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ। ଶିକ୍ଷାଦାନକୁ ତ୍ୱରିତ କରିବାକୁ ଏଦୁହେଁ ଆଗକୁ ଆସିବା ଦରକାର ବୋଲି ଅଧିକାରୀମାନେ କହିଥିଲେ। ଶୁକ୍ରବାର ସ୍ଥାନୀୟ ଅଏଁଲାଜୁବା କ୍ଲଷ୍ଟରର ସାଇପଲା ଶାସ୍ତ୍ରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ଅଭିଭାବକ, ଶିକ୍ଷକ ସମ୍ମିଳନୀରେ ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇ ଉଦ୍‌ବୋଧନ ଦେଇ ଏହା କହିଥିଲେ। ଏଥିରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଦେବେନ୍ଦ୍ର କୁମାର ସାହୁ ସଭାପତିତ୍ୱ କରିଥିବାବେଳେ ଜିଲା ଶିକ୍ଷାଧିକାରୀ ଲକ୍ଷ୍ମଣ କୁମାର ଭୋଇ ମୁଖ୍ୟଅତିଥି, ବ୍ଲକ ଶିକ୍ଷାଧିକାରୀ ଡ.ରେଶମଲାଲ ନାଏକ ମୁଖ୍ୟବକ୍ତା, ସ୍ଥାନୀୟ ସରପଞ୍ଚ ଚନ୍ଦ୍ରମଣୀ ତାଣ୍ଡି, ପ୍ରଧାନଶିକ୍ଷକ ଇନ୍ଦିରା ଗିରି, ସିଆରସିସି ଶରତ କୁମାର ପଣ୍ଡା, ଶାସ୍ବତ ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଅଭିଭାବକ ଏବଂ ଶିକ୍ଷକମାନଙ୍କ ବୈଠକ ବାରମ୍ବାର ନିୟମିତ ବ୍ୟବଧାନରେ କରାଗଲେ ବିଭିନ୍ନ ସମସ୍ୟା ସମୀକ୍ଷା କରାଯିବା ସହ ସମାଧାନ ହୋଇପାରିବ ବୋଲି ବକ୍ତାମାନେ ମତ ପ୍ରକାଶ କରିଥିଲେ । ଏହା ଯଦିବା ଏକ ପୁରୁଣା ବିଦ୍ୟାଳୟ ଏହାର ଗୃହ ନିର୍ମାଣ ତଥା ଆନୁଷଙ୍ଗିକ ବ୍ୟବସ୍ଥା ଉପରେ ଦୃଷ୍ଟି ଦେବାକୁ ଅଧିକାରୀମାନଙ୍କୁ ଅଭିଭାବକମାନେ ଅନୁରୋଧ କରିଥିଲେ। ସୂଚନାଯୋଗ୍ୟ ଯେ, ସେହିଭଳି ଶୁକ୍ରବାର ଜିଲାବ୍ୟାପି ସମସ୍ତ ପ୍ରାଥମିକ, ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଏକକାଳୀନ ବୈଠକ ହୋଇଥିଲା। ଅଧିକାରୀମାନେ ଏହି ବିଦ୍ୟାଳୟକୁ ପର୍ଯ୍ୟବେକ୍ଷଣରେ ଯାଇ କାର୍ଯ୍ୟକ୍ରମରେ ଯୋଗଦେଇ ତଦାରଖ କରିଥିଲେ। ଅଧିକାରୀମାନଙ୍କୁ ନିକଟରେ ପାଇ ଖୁସି ପ୍ରକଟ କରିଥିଲେ । ଏଥିରେ ଗାଁର ସମସ୍ତ ଅଭିଭାବିକା ଅଭିଭାବକ, ଶିକ୍ଷୟିତ୍ରୀ ଶିକ୍ଷକ, ପଞ୍ଚାୟତିରାଜ ପ୍ରତିନିଧିମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ପ୍ରଣବଙ୍କ ମନ୍ତବ୍ୟକୁ ଭାଜପାର କାଉଣ୍ଟର ଆଟାକ

କୁଚିଣ୍ଡା,୨୨ା୪(ବିରଞ୍ଚତ୍ ଦର୍କା):ଗତ ଶନିବାର ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କୁଚିଣ୍ଡା ଗସ୍ତରେ ଆସି ନବୀନ ପଟ୍ଟନାୟକ ସରକାର...

ସାଂସଦଙ୍କ ପ୍ରତିନିଧିରୁ ସାଂସଦ ପ୍ରାର୍ଥୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର)କଂଗ୍ରେସ ପକ୍ଷରୁ ଶନିବାର ୩ ଲୋକ ସଭା ୧୬ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି। ସମ୍ବଲପୁର ଲୋକ ସଭା ଆସନରୁ ଦଳ ପୂର୍ବତନ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ମୁଁ ମୁଖ୍ୟମନ୍ତ୍ରୀଙ୍କ ସୈନିକ, ଦଳର ସ୍ବାର୍ଥ ଲାଗି ଲଢ଼ିବି: ରୋହିତ  

ସମ୍ବଲପୁର,୧୮।୪:  ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜେଡି ଦଳ ପକ୍ଷରୁ ପୁର୍ବରୁ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଛିଡା କରାଯାଇଥିଲା। ହେଲେ ବୁଧବାର ଘୋଷିତ ୫ମ ସୂଚୀରେ ପ୍ରସନ୍ନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri