Posted inଫୁରସତ

ଅଭିଯୁକ୍ତଙ୍କୁ କୋର୍ଟ ଦେଲେ ଏମିତି ସଜା, ଜାଣିଲେ କରିବେ ପ୍ରଶଂସା

ଦୁଇ ଅଭିଯୁକ୍ତଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟ ଏମିତି ସଜା ଦେଇଛନ୍ତି, ଜାଣିଲେ ପ୍ରଶଂସା ନ କରି ରହିପାରିବେନି। ଦୁଇ ଅଭିଯୁକ୍ତ ଏକ ସ୍କୁଲ ନିକଟରେ ଗୁଳି ଚଳାଇଥିଲେ। ତେବେ କୋର୍ଟ ଏହାର ବିଚାର କରି ଅଭିଯୁକ୍ତ ଦ୍ୱୟଙ୍କୁ ସେହି ସ୍କୁଲ ଏବଂ ଆଖପାଖରେ ଗଛ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍‌ ଶୀଲ୍‌ ନାଗୁ ଅଭିଯୁକ୍ତ ଦ୍ୱୟଙ୍କୁ ୧୦୦ଟି ଫଳଗଛ ଲଗାଇବାକୁ ଆଦେଶରେ ସ୍ପଷ୍ଟ କରିଛନ୍ତି। ଖାଲି ଏତିକି ନୁହେଁ ଗଛ ଲଗାଇବା ସହ ଏଥିରେ ବର୍ଷେ ପର୍ଯ୍ୟନ୍ତ ପାଣି ମଧ୍ୟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିଜ ଖର୍ଚ୍ଚରେ ଗଛ ଚାରିପଟେ ବାଡ଼ ବୁଜିବାକୁ ନିର୍ଦ୍ଦେଶ ରହିଛି। କୋର୍ଟ ଆଦେଶ ଠିକ୍‌ ଭାବରେ ପାଳନ ହେଉଛି କି ନାହିଁ ଏହାକୁ ତଦାରଖ ପାଇଁ ବରିଷ୍ଠ ସରକାରୀ ଓକିଲ ସ୍କୁଲକୁ ଯାଇ ଟ୍ରାଏଲ କୋର୍ଟରେ ରିପୋର୍ଟ ଦାଖଲ କରିବାକୁ ମଧ୍ୟ ନିର୍ଦ୍ଦେଶ ରହିଛି।
ପ୍ରକାଶଥାଉ କି, ଭିଣ୍ଡ୍‌ ଜିଲା ଗୋହଦ ତହସିଲ ଅନ୍ତର୍ଗତ ଖନେତା ଗ୍ରାମ ନିବାସୀ ସିକନ୍ଦର ଏବଂ ଲଲୁ ୨୬ ଜାନୁଆରୀ ୨୦୧୯ରେ ସ୍କୁଲ ନିକଟରେ ଗୁଳି ଚାଳନା କରିଥିବା ଅଭିଯୋଗ ହୋଇଥିଲା। ୧୬ ଫେବୃୟାରୀରେ ପୋଲିସ ଦୁଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଥିଲା। ଦୁଇଜଣ ୫୦ ହଜାର ଟଙ୍କା ଲେଖାଏ ଦେଇ ସର୍ତ୍ତରେ ଜାମିନରେ ଆସିଥିଲେ। ମଧ୍ୟପ୍ରଦେଶର କୋର୍ଟଙ୍କ ଉପରୋକ୍ତ ଆଦେଶକୁ ସାଧାରଣରେ ଢେର ପ୍ରଶଂସା କରାଯାଇଛି। ଏପରି ଆଦେଶ ଦେବା ଦ୍ୱାରା ସାମାଜିକ କାର୍ଯ୍ୟ ପ୍ରତି ଅଭିଯୁକ୍ତଙ୍କ ମନୋ ନିବେଶ ସହ ପରିବେଶ ସୁରକ୍ଷା ହୋଇପାରିବ। ଅନ୍ୟମାନେ ମଧ୍ୟ ଏଥିରୁ ସଚେତନ ହେବେ ବୋଲି ଜଷ୍ଟିସ ନାଗୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ଲଘୁଚାପ: ରଥଯାତ୍ରାରେ ଅତି ପ୍ରବଳ ବର୍ଷା, ଆହୁରି ୪ ଦିନ ହାଇଆଲର୍ଟ!

ଭୁବନେଶ୍ୱର,୧୫।୭: ପାଣିପାଗକୁ ନେଇ ବଡ଼ ଖବର । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ରଥଯାତ୍ରା ପୂର୍ବରୁ ପାଣିପାଗରେ ବଡ଼ ପରିବର୍ତ୍ତନ । ରାଜ୍ୟର ବିଭିନ୍ନ ସ୍ଥାନରେ…

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ…

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ…

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ…

ବିଜୁଳି ଘଡ଼ଘଡ଼ିରେ ଭାଙ୍ଗିଲା ମନ୍ଦିର ଦଧିନଉତି, ଲୋକେ କହିଲେ…

ଖଣ୍ଡପଡ଼ା,୧୫।୭(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା, ପବନରେ ଏକ ଅଘଟଣ ସାମ୍ନାକୁ ଆସିଛି। ଘଡ଼ଘଡ଼ି, ବର୍ଷା, ପବନରେ…

ଏହି ଦିନ ଆକାଶରେ ଦେଖାଦେବ ଅଦ୍ଭୁତ ଦୃଶ୍ୟ, ଘୋଟିଆସିବ ଅନ୍ଧାର, ଆଉ ତା’ ପରେ…

ଅଗଷ୍ଟ ହେଉଛି ଜ୍ୟୋତିର୍ବିଜ୍ଞାନ ଘଟଣା ପ୍ରତି ଆଗ୍ରହୀ ଲୋକଙ୍କ ପାଇଁ ଏକ ବିଶେଷ ମାସ। ଏହି ମାସରେ ଅନେକ ମହାକାଶୀୟ ଘଟଣା ଦେଖାଯିବ। ଅଗଷ୍ଟ ୧୨ରେ ସୂର୍ଯ୍ୟ…

ଏହି ଆପରେ ମିଳିବ ଗ୍ୟାସ୍ ସିଲିଣ୍ଡର, ଅର୍ଡର କଲେ ମାତ୍ର ୧୦ ମିନିଟରେ ପହଞ୍ଚିବ ଘରେ

ବେଙ୍ଗାଲୁରୁ,୧୫।୭: ଏଣିକି ଗ୍ରାହକଙ୍କ କିଛି ମାତ୍ରାରେ ଗ୍ୟାସ ସିଲିଣ୍ଡର ଚିନ୍ତା କମିବ । ଅନଲାଇନରେ ଅର୍ଡର କଲେ କିଛି ମିନିଟରେ ଘରେ ପହଞ୍ଚିବ LPG ସିଲିଣ୍ଡର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri