ଅଭିଯୁକ୍ତଙ୍କୁ ଗିରଫ ବେଳେ ଏସ୍‌ଓପି ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଜଣେ ୩୬ ବର୍ଷୀୟ କନଷ୍ଟେବଳଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିବା ପରେ ତତ୍ପର ହୋଇଉଠିଛି କମିଶନରେଟ ପୋଲିସ। ଏବେ କୌଣସି ଅଭିଯୁକ୍ତଙ୍କୁ ଗିରଫ କରିବା ବେଳେ ଏସ୍‌ଓପି (ସ୍ପେଶଲ ଅପରେଶନ ପ୍ରୋସିଜିଓର) ପାଳନ କରିବା ପାଇଁ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି।
ଏଭଳି ପରିସ୍ଥିତିର ମୁକାବିଲା କରିବା ପାଇଁ ଡାକ୍ତରୀ ଅଭିଜ୍ଞତା ଥିବା ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନେଇ ୪ଟି ଟିମ୍‌ ଗଠନ କରିଛି କମିଶନରେଟ ପୋଲିସ। ଏହାର ଏକାଧିକ ଜୋନ୍‌ରେ କାର୍ଯ୍ୟରତ କର୍ମଚାରୀ, ରିଜର୍ଭ ପୋଲିସ କର୍ମଚାରୀ ଓ ଡିସିପି ଅଫିସରେ କାର୍ଯ୍ୟରତ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଓ ବଡି ସ୍କ୍ରିନିଂ କରାଇଛି ଏହି ଟିମ୍‌। ଯେଉଁମାନଙ୍କର କିଛି ଲକ୍ଷଣ ଦେଖାଯାଉଛି, ସେମାନଙ୍କର ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଉଛି। ଏଯାବତ୍‌ କଟକ, ଭୁବନେଶ୍ୱରରେ କାର୍ଯ୍ୟରତ ୬ ହଜାର ପୋଲିସ କର୍ମଚାରୀଙ୍କ ସ୍ବାବ୍‌ ପରୀକ୍ଷଣ କରାଯାଇଛି। ସମସ୍ତଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିବା ବେଳେ ମାତ୍ର ଜଣଙ୍କର ପଜିଟିଭ୍‌ ଆସିଥିବା କମିଶନରେଟ ପୋଲିସର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରକାଶ କରିଛି। ଯେଉଁମାନଙ୍କର ବୟସ ୫୦ ବର୍ଷରୁ ଅଧିକ ଓ ଯଦି ସେମାନେ ମଧୁମେହ କିମ୍ବା ଅନ୍ୟ କିଛି ଦୀର୍ଘକାଳୀନ ରୋଗରେ ପୀଡ଼ିତ, ତେବେ ସେମାନଙ୍କୁ ଘରେ ରହି କାମ କରିବାକୁ ପୋଲିସ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ଘରେ ରହି କେସ୍‌ ଡାଏରୀ ଲେଖିବା ଓ ଅନ୍ୟ କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri