ଅଭିଯୁକ୍ତଙ୍କୁ ୧୫ ବର୍ଷ କାରାଦଣ୍ଡାଦେଶ

ଅନୁଗୋଳ ଅଫିସ, ୬।୩ – ଅନୁଗୋଳ ଜିଲା ହଣ୍ଡପା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ସହ ଗର୍ଭବତୀ କରିବା ମାମଲାର ବିଚାର କରି ଅନୁଗୋଳ ସ୍ପେଶାଲ ପୋକ୍ସୋ ଜଜ୍‌ ପ୍ରଭାକର ଗଣ୍ଠିଆ ଗୁରୁବାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୧୫ ବର୍ଷ କାରାଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୨୫ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୋଟ୍‌ ୧୧ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଜଜ୍‌ ଏହି ରାୟ ଶୁଣାଇଥିବା ସୂଚନା ମିଳିଛି।
ମାମଲାରୁ ପ୍ରକାଶ ଯେ, ନାବାଳିକାଙ୍କୁ ୧୪ ବର୍ଷ ହୋଇଥିବା ବେଳେ ଘରେ କେହି ନ ଥିବାର ସୁଯୋଗ ନେଇ ୧୭ ବର୍ଷୀୟ ଅଭିଯୁକ୍ତ ଜଣକ ତାଙ୍କୁ ମାରଣାସ୍ତ୍ର ଦେଖାଇ ବଳାତ୍କାର କରିଥିଲେ। ଏ ବିଷୟରେ କାହାକୁ ନ କହିବାକୁ ଧମକ ଦେଇ ଦୀର୍ଘ ଦିନ ଧରି ତାଙ୍କୁ ବଳାତ୍କାର କରିଆସୁଥିଲେ। ତେବେ ନାବାଳିକା ଜଣଙ୍କ ଗର୍ଭବତୀ ହେବା ପରେ ୨୦୧୬ ଫେବୃୟାରୀ ୨ରେ ଘଟଣା ପଦାକୁ ଆସିଥିଲା। ନାବାଳିକା ସମସ୍ତ କଥା ପରିବାର ଲୋକଙ୍କ ଆଗରେ କହିଥିଲେ। ଅଭିଯୁକ୍ତଙ୍କ ବାପା ଏହାର ଆପୋଷ ସମାଧାନ ପାଇଁ ୩ ଦିନ ସମୟ ନେଇଥିଲେ। କିନ୍ତୁ ସେ ସମାଧାନ ନ କରିବାରୁ ନାବାଳିକାଙ୍କ ମା’ ୨୦୧୬ ଫେବୃୟାରୀ ୫ରେ ହଣ୍ଡପା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ୨୦୧୬ ମେ ୧୮ରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ପ୍ରଥମେ ଜୁଭେନାଇଲ କୋର୍ଟରେ ମାମଲାର ବିଚାର ହୋଇଥିଲା। ଅଭିଯୁକ୍ତ ଜଣଙ୍କ ସାବାଳକ ହେବା ପରେ ମାମଲା ଅନୁଗୋଳ କୋର୍ଟକୁ ବିଚାର ପାଇଁ ଆସିଥିଲା। ଉପରୋକ୍ତ ରାୟ ସହ ଜେଲରେ ଦୋଷୀ ଯୁବକଙ୍କ ପାଠପଢ଼ା, କାଉନସେଲିଂ, ସ୍କିଲ ଡେଭଲପମେଣ୍ଟ ଓ ଆଚାର ବ୍ୟବହାର କିପରି ରହୁଛି ସେ ନେଇ ରିପୋର୍ଟ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାକୁ ସରକାରଙ୍କ ପକ୍ଷରୁ ସ୍ପେଶାଲ ପିପି ସରୋଜ ପଟ୍ଟନାୟକ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା...

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri