ଅଭିଯୁକ୍ତଙ୍କୁ ୧୫ ବର୍ଷ କାରାଦଣ୍ଡାଦେଶ

ଅନୁଗୋଳ ଅଫିସ, ୬।୩ – ଅନୁଗୋଳ ଜିଲା ହଣ୍ଡପା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ସହ ଗର୍ଭବତୀ କରିବା ମାମଲାର ବିଚାର କରି ଅନୁଗୋଳ ସ୍ପେଶାଲ ପୋକ୍ସୋ ଜଜ୍‌ ପ୍ରଭାକର ଗଣ୍ଠିଆ ଗୁରୁବାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୧୫ ବର୍ଷ କାରାଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୨୫ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୋଟ୍‌ ୧୧ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଜଜ୍‌ ଏହି ରାୟ ଶୁଣାଇଥିବା ସୂଚନା ମିଳିଛି।
ମାମଲାରୁ ପ୍ରକାଶ ଯେ, ନାବାଳିକାଙ୍କୁ ୧୪ ବର୍ଷ ହୋଇଥିବା ବେଳେ ଘରେ କେହି ନ ଥିବାର ସୁଯୋଗ ନେଇ ୧୭ ବର୍ଷୀୟ ଅଭିଯୁକ୍ତ ଜଣକ ତାଙ୍କୁ ମାରଣାସ୍ତ୍ର ଦେଖାଇ ବଳାତ୍କାର କରିଥିଲେ। ଏ ବିଷୟରେ କାହାକୁ ନ କହିବାକୁ ଧମକ ଦେଇ ଦୀର୍ଘ ଦିନ ଧରି ତାଙ୍କୁ ବଳାତ୍କାର କରିଆସୁଥିଲେ। ତେବେ ନାବାଳିକା ଜଣଙ୍କ ଗର୍ଭବତୀ ହେବା ପରେ ୨୦୧୬ ଫେବୃୟାରୀ ୨ରେ ଘଟଣା ପଦାକୁ ଆସିଥିଲା। ନାବାଳିକା ସମସ୍ତ କଥା ପରିବାର ଲୋକଙ୍କ ଆଗରେ କହିଥିଲେ। ଅଭିଯୁକ୍ତଙ୍କ ବାପା ଏହାର ଆପୋଷ ସମାଧାନ ପାଇଁ ୩ ଦିନ ସମୟ ନେଇଥିଲେ। କିନ୍ତୁ ସେ ସମାଧାନ ନ କରିବାରୁ ନାବାଳିକାଙ୍କ ମା’ ୨୦୧୬ ଫେବୃୟାରୀ ୫ରେ ହଣ୍ଡପା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ୨୦୧୬ ମେ ୧୮ରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ପ୍ରଥମେ ଜୁଭେନାଇଲ କୋର୍ଟରେ ମାମଲାର ବିଚାର ହୋଇଥିଲା। ଅଭିଯୁକ୍ତ ଜଣଙ୍କ ସାବାଳକ ହେବା ପରେ ମାମଲା ଅନୁଗୋଳ କୋର୍ଟକୁ ବିଚାର ପାଇଁ ଆସିଥିଲା। ଉପରୋକ୍ତ ରାୟ ସହ ଜେଲରେ ଦୋଷୀ ଯୁବକଙ୍କ ପାଠପଢ଼ା, କାଉନସେଲିଂ, ସ୍କିଲ ଡେଭଲପମେଣ୍ଟ ଓ ଆଚାର ବ୍ୟବହାର କିପରି ରହୁଛି ସେ ନେଇ ରିପୋର୍ଟ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାକୁ ସରକାରଙ୍କ ପକ୍ଷରୁ ସ୍ପେଶାଲ ପିପି ସରୋଜ ପଟ୍ଟନାୟକ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri