ଅଭିଯୁକ୍ତଙ୍କ ଗିରଫ ଦାବିରେ ଟାୟାର ଜାଳି ରାସ୍ତାରୋକ

ବାରିପଦା ଅଫିସ/ବୈଶିଙ୍ଗା,୪ା୧୨- ଏକ ଛାତ୍ରୀ ଅସଦାଚରଣ ମାମଲାର ଅଭିଯୁକ୍ତ ମାସେରୁ ଊର୍ଦ୍ଧ୍ୱ ସମୟ ହେବ ଫେରାର ଥିବା ବେଳେ ତାଙ୍କୁ ଧରିବାକୁ ପୋଲିସ ଗୁରୁତ୍ୱ ଦେଉ ନାହିଁ। ଏଭଳି ଅଭିଯୋଗ କରି ମଙ୍ଗଳବାର ବୈଶିଙ୍ଗା ଥାନା ଅଧୀନ ଏକ ସ୍କୁଲ ସମ୍ମୁଖରେ ଲୋକେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ବୈଶିଙ୍ଗା- ରୁପସା ରାସ୍ତାକୁ ଅପରାହ୍ନ ୩ଟା ବେଳଠାରୁ ଅବରୋଧ କରିଥିଲେ। ଖବରପାଇ ଘଟଣାସ୍ଥଳକୁ ଯାଇଥିବା ପୋଲିସ ଓ ଶିକ୍ଷା ବିଭାଗର ଅଧିକାରୀମାନଙ୍କୁ ଉତ୍ତ୍ୟକ୍ତ ଲୋକେ ଅଟକ ରଖିଥିଲେ। ପରେ ଜିଲା ଶିକ୍ଷାଧିକାରୀ ଓ ପୋଲିସ ପକ୍ଷରୁ ପ୍ରତିଶ୍ରୁତି ଦିଆଯିବା ପରେ ରାତି ୭ଟା୩୦ରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।
ଉଲ୍ଲେଖଯୋଗ୍ୟ ଯେ,ଗତ ଅକ୍ଟୋବର ୨୯ ତାରିଖରେ ଏହି ଥାନା ଅଧୀନ ଏକ ହାଇସ୍କୁଲର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଏ ନେଇ ଛାତ୍ରୀ ଜଣକ ବୈଶିଙ୍ଗା ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା(ନଂ.୨୪୪/୧୯) ରୁଜୁ କରିଥିଲା। ଏହି ଘଟଣା ପ୍ରଚାରିତ ହେବା ପରେ ସ୍ଥାନୀୟ ଲୋକେ ବିଦ୍ୟାଳୟ ଗେଟ ସମ୍ମୁଖରେ ବିକ୍ଷୋଭ କରିବା ସହିତ ଅଭିଯୁକ୍ତଙ୍କୁ ଗିରଫ କରିବା ଓ ପ୍ରଧାନଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରିବା ପାଇଁ ଦାବି କରିଥିଲେ। ପରେ ସେମାନଙ୍କୁ ପୋଲିସ ଓ ଶିକ୍ଷା ବିଭାଗର ଅଧିକାରୀମାନେ ବୁଝାସୁଝା କରିଥିଲେ। ଏହା ପରେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଥିଲା। ତେବେ ଦୀର୍ଘ ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ନ ଥିବା ବେଳେ ପ୍ରଧାନ ଶିକ୍ଷୟିତ୍ରୀ ବର୍ତ୍ତମାନ ବିଦ୍ୟାଳୟକୁ ନିୟମିତ ଯିବା ଆସିବା କରୁଥିବା ଅଭିଯୋଗ କରି ମଙ୍ଗଳବାର ସ୍ଥାନୀୟ ଲୋକେ ବିଦ୍ୟାଳୟର ଗେଟ ବନ୍ଦ କରି ଅପରାହ୍ନ ୨ଟା ବେଳେ ଆନ୍ଦୋଳନ କରିଥିଲେ। ୩ଟା ବେଳେ ବୈଶିଙ୍ଗା- ରୁପସା ମୁଖ୍ୟ ରାସ୍ତାରେ ଟାୟାର ଜାଳି ରାସ୍ତାରୋକ କରିଥିଲେ। ବୈଶିଙ୍ଗା ପୋଲିସ ଘଟଣାସ୍ଥଳକୁ ଆସି ବିଦ୍ୟାଳୟ ଭିତରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଉଦ୍ଧାର କରି ନେଉଥିବା ବେଳେ ଲୋକେ ପୋଲିସକୁ ଅଟକ ରଖିଥିଲେ। ସେହିପରି ଜିଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରା ଓ ଅନ୍ୟ ବ୍ଲକସ୍ତରୀୟ ଅଧିକାରୀମାନେ ସେମାନଙ୍କୁ ବୁଝାସୁଝା କରିବା ପାଇଁ ଯାଇଥିଲେ ମଧ୍ୟ ଲୋକେ ଯିଦରେ ଅଟଳ ରହିଥିଲେ। ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ସହିତ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମଧ୍ୟ ଗିରଫ କରିବା ପାଇଁ ସେମାନେ ଦାବି କରିଥିଲେ। ଏ ନେଇ ବୈଶିଙ୍ଗା ଥାନା ଅଧିକାରୀ କୃଷ୍ଣଚନ୍ଦ୍ର ପଲେଇଙ୍କୁ ପଚାରିବାରୁ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ଉଦ୍ୟମ କରୁଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri