ଅଭିଯୁକ୍ତ ଗ୍ରାମ ସଭାପତି ଗିରଫ

ଢେଙ୍କାନାଳ ଅଫିସ, ୨୧।୩

ଆଇଆର୍‌ବି ହାବିଲଦାର ରାମଚନ୍ଦ୍ର ସାହୁ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ଗ୍ରାମ ସଭାପତି ଶ୍ରୀକାନ୍ତ ସାହୁ ଶୁକ୍ରବାର ଧରାପଡ଼ିଛନ୍ତି। ପାରିଖେଦା ଜଙ୍ଗଲରୁ ପୋଲିସ ତାଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ଘର ନିକଟରେ ଥିବା ଏକ କୁକୁଡ଼ା ଫାର୍ମରୁ ୫ଟି ଅଫୁଟା ବୋମା ଜବତ କରାଯାଇଛି। ସେଗୁଡ଼ିକୁ ନିଷ୍କ୍ରିୟ କରାଯାଇଛି। ଅନ୍ୟପଟେ ହତ୍ୟାକାଣ୍ଡରେ ବ୍ୟବହୃତ ବନ୍ଧୁକ ଜବତ କରିବାକୁ ପୋଲିସ ଖୋଳତାଡ଼ ଜାରି ରହିଛି। ଶ୍ରୀକାନ୍ତଙ୍କ ନାମରେ ସଦର ଥାନାରେ ୬ ଆପରାଧିକ ମାମଲା ରହିଥିବା ଏସ୍‌ପି ଅନୁପମା ଜେମ୍ସ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି।
କଳାହାଣ୍ଡିସ୍ଥିତ ୯-ଆଇଆରବି ବାଟାଲିୟନରେ କାର୍ଯ୍ୟରତ ରାମଚନ୍ଦ୍ର ଦୋଳମେଲଣ ଦେଖିବାକୁ ନିଜ ଗ୍ରାମ ଚାଉଳିଆ ଖମାରକୁ ଆସିଥିଲେ। ଗତ ୧୩ ତାରିଖ ରାତି ପ୍ରାୟ ସାଢ଼େ ୧୦ଟାରେ ରାମଚନ୍ଦ୍ରଙ୍କ ଭାଇ ଖଗେଶ୍ୱରଙ୍କ ସହିତ ଶ୍ରୀକାନ୍ତଙ୍କ ବଚସା ହୋଇଥିଲା। ଏଥିରେ ରାମଚନ୍ଦ୍ର ହସ୍ତକ୍ଷେପ କରିଥିଲେ। ଏଥିରେ ଉତ୍ତେଜିତ ହୋଇ ଶ୍ରୀକାନ୍ତ ନିଜ ପିସ୍ତଲରୁ ଗୁଳିମାଡ଼ କରିଥିଲେ। ଗୁଳିଟି ରାମଚନ୍ଦ୍ରଙ୍କ ଡାହାଣପଟ ଛାତିରେ ବାଜିଥିଲା। ତାଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ପରେ ଶ୍ରୀକାନ୍ତ ଏକ ବାଇକ୍‌ରେ ଫେରାର ହୋଇଯାଇଥିଲେ। ଅଭିଯୁକ୍ତଙ୍କୁ ଗିରଫ କରିବାକୁ ପୋଲିସ ଚଢ଼ାଉ ଜାରି ରଖିଥିଲା। ଶ୍ରୀକାନ୍ତ ପାରିଖେଦା ଜଙ୍ଗଲରେ ଲୁଚିଥିବା ସୂଚନା ପାଇ ଏସ୍‌ପିଙ୍କ ନିର୍ଦ୍ଦେଶରେ ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ରଙ୍କ ନେତୃତ୍ୱରେ ସଦର ଥାନା ଅଧିକାରୀ ସନ୍ଧ୍ୟାରାଣୀ ବେଉରିଆ ସଦଳବଳ ଚଢ଼ାଉ କରି ତାଙ୍କୁ ଗିରଫ କରିଥିଲେ।
ଏ ନେଇ ନଂ. ୯୭/୨୦, ଦଫା ୩୪୧, ୩୨୩, ୨୯୪, ୩୦୨, ୨୫ ଓ ୨୭ ଆର୍ମସ୍‌ ଆକ୍ଟରେ ମାମଲା ରୁଜୁ କରାଯାଇଛି। ଶ୍ରୀକାନ୍ତ ବହୁ ଆପରାଧିକ ମାମଲାରେ ଜଡ଼ିତ। ତାଙ୍କ ନାମରେ ୨୦୦୦, ୨୦୧୩, ୨୦୧୫ ଓ ୨୦୧୮ରେ ୬ଟି ମାମଲା ରୁଜୁ ହୋଇଛି। ପିସ୍ତଲ ଜବତ କରିବାକୁ ପୋଲିସ ଖୋଳତାଡ଼ ଜାରି ରଖିଥିବା ଏସ୍‌ପି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଏହି ଘଟଣାରେ ଏସ୍‌ପିଙ୍କ ନିର୍ଦ୍ଦେଶରେ ତରଭା ଫାଣ୍ଡି ଅଧିକାରୀ ଏବଂ ଜଣେ କନଷ୍ଟେବଳଙ୍କୁ ନିଲମ୍ବିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri