Posted inଜାତୀୟ

ଅଭିଯୁକ୍ତ ଡାକ୍ତରଙ୍କୁ ଦୋଷମୁକ୍ତ କରିବା ସହିତ ଗୋଟିଏ ବର୍ଷରେ ଶହେ ବୃକ୍ଷ ଚାରା ରୋପଣ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୬।୭: ହତ୍ୟା ଉଦ୍ୟମ ଅଭିଯୋଗରେ ଜଣେ ଡାକ୍ତରଙ୍କୁ ସୁପ୍ରିମ୍‌କୋର୍ଟ ଦୋଷମୁକ୍ତ କରିଛନ୍ତି। ତେବେ ଡାକ୍ତର ଏଭଳି ଅପରାଧ କରିଥିବା ସମୟରେ ନାବାଳକ ଥିବାରୁ ତାଙ୍କୁ ଦଣ୍ଡ ଭାବେ ଗୋଟିଏ ବର୍ଷରେ ଶହେ ବୃକ୍ଷଚାରା ରୋପଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ଲୋକଙ୍କ ସେବା କରିବା ପାଇଁ କହିଛନ୍ତି। ୧୫ ବର୍ଷତଳେ ୨୦୦୪ରେ ଏକ ହତ୍ୟା ଉଦ୍ୟମରେ ସୋଲେମନ୍‌ ଏସ୍‌.କେ ନାମକ ଜଣେ ନାବାଳକଙ୍କୁ ନିମ୍ନ ଅଦାଲତ ଦୋଷୀ ସାବ୍ୟସ୍ତ କରିଥିଲେ। ଏହାପରେ ହାଇକୋର୍ଟ ନିମ୍ନ ଅଦାଲତଙ୍କ ରାୟଙ୍କୁ କାଏମ୍‌ ରଖିଥିଲେ। ତେବେ ସୁପ୍ରିମ୍‌କୋର୍ଟରେ ଏହି ମାମଲାର ବିଚାର ଜାରି ରହିଥିଲା। ଇତିମଧ୍ୟରେ ଅଭିଯୁକ୍ତ ସୋଲେମନ୍‌ଙ୍କ ବୟସ ୩୨ ବର୍ଷ ହୋଇଥିବାବେଳେ ସେ ଡାକ୍ତରୀ ପାସ୍‌ କରିସାରିଛନ୍ତି। ଏହି ମାମଲାର ବିଚାର କରି ବିଚାରପତି ଏଲ୍‌. ନାଗେଶ୍ୱର ରାୟ ଏବଂ ହେମନ୍ତ ଗୁପ୍ତାଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ସୋଲେମନ୍‌ଙ୍କୁ ଦୋଷମୁକ୍ତ କରିଛନ୍ତି। ତେବେ ସୋଲେମନ୍‌ଙ୍କ ଦ୍ୱାରା ନିଯୁକ୍ତ ଆଇନଜୀବି ଏଥିପାଇଁ ସୋଲେମନ୍‌ଙ୍କୁ ଶହେ ବୃକ୍ଷଚାରା ରୋପଣକରିବାକୁ ନିର୍ଦ୍ଦେଶ ଦେବାକୁ ଖଣ୍ଡପୀଠଙ୍କୁ ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବକୁ ଖଣ୍ଡପୀଠ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?