ଅଭିଯୁକ୍ତ ପ୍ରେମିକଙ୍କୁ ଧରୁନି ପୋଲିସ : ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଗର୍ଭବତୀ ଯୁବତୀ

ଅନୁଗୋଳ ଅଫିସ, ୨୦।୬ – ଅନୁଗୋଳକୁ ସିଲାଇ ତାଲିମ ନେବାକୁ ଆସୁଥିବା ବେଳେ ଡେରଜାଙ୍ଗ ଗ୍ରାମର ସୁବାସ ବେହେରାଙ୍କ ସହ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। ପରେ ବିବାହ ପ୍ରତିଶ୍ରୁତି ଦେଇ ସୁବାସ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏବେ ସେ ୬ ମାସର ଗର୍ଭବତୀ। କିନ୍ତୁ ପ୍ରେମିକ ତାଙ୍କୁ ବିବାହ କରିବାକୁ ମନା କରିଦେବା ସହ ଫେରାର ହୋଇଯାଇଛନ୍ତି। ଏ ନେଇ ସେ ଜରପଡ଼ା ଥାନାରେ ଏତଲା ଦେଇଛନ୍ତି। କିନ୍ତୁ ପୋଲିସ ଅଭିଯୁକ୍ତଙ୍କୁ ଧରିବା ପରିବର୍ତ୍ତେ ଛାଡ଼ି ଦେଇଛି। ତେଣୁ ତାଙ୍କୁ ନ୍ୟାୟ ପ୍ରଦାନ କରାଯାଉ ବୋଲି ଜରପଡ଼ା ଥାନା ଅଞ୍ଚଳର ଜନୈକା ଯୁବତୀ ବୁଧବାର ଅନୁଗୋଳ ଏସ୍‌ପି ମିତ୍ରଭାନୁ ମହାପାତ୍ରଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏହି ସମୟରେ ସେ ଆତ୍ମାହୁତି ଦେବାକୁ ଏକ ବ୍ୟାଗରେ କିରୋସିନ ଆଣିଥିବା ଜଣାପଡ଼ିବା ପରେ ସେଠାରେ ଉପସ୍ଥିତ ପୋଲିସ ତାହାକୁ ଛଡ଼ାଇ ନେଇଥିଲେ।
ଅଭିଯୋଗରେ ଯୁବତୀଙ୍କ ବାପା ଦର୍ଶାଇଛନ୍ତି ଯେ, ଡେରେଜାଙ୍ଗର ସୁବାସ ତାଙ୍କ ଝିଅକୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ। ଝିଅ ଗର୍ଭବତୀ ଥିବା ଜାଣିବା ପରେ ତାଙ୍କ ମା’ ଭାଙ୍ଗି ପଡ଼ିଥିଲେ। ଲୋକ ଲଜ୍ଜା ଭୟକୁ ନେଇ ଆତଙ୍କିତ ଥିବା ମା’ଙ୍କ ହୃଦଘାତରେ ମୃତ୍ୟୁ ହୋଇଯାଇଥିଲା। ଏବେ ଝିଅ ମଧ୍ୟ ଆତ୍ମାହୁତି ଦେବ ବୋଲି କହୁଛି। ଜରପଡ଼ା ଥାନାରେ ଅଭିଯୁକ୍ତ ପ୍ରେମିକ ସୁବାସଙ୍କ ବିରୋଧରେ ଲିଖିତ ଅଭିଯୋଗ କରାଯାଇଥିଲା। କିନ୍ତୁ ପୋଲିସ ଅଦ୍ୟାବଧି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ। ଅଭିଯୁକ୍ତ ସୁବାସଙ୍କୁ ଧରି ଥାନାକୁ ଆଣିଥିଲେ ହେଁ ସଲାସୁତୁରା କରି ପୋଲିସ ଛାଡ଼ି ଦେଇଥିବା ଯୁବତୀଙ୍କ ବାପା ଅଭିଯୋଗ କରିଛନ୍ତି। ଏ ନେଇ ଜରପଡ଼ା ଥାନା ଅଧିକାରୀ ବିନ୍ଦୁବାସିନୀ ବିଶ୍ୱାଳ କହିଛନ୍ତି, ଅଭିଯୋଗ ଉପରେ ନଂ.୧୨୮/୧୯ରେ ମାମଲା ରୁଜୁ ହୋଇଛି। ଯୁବତୀଙ୍କ ପରିବାର ଲୋକମାନେ କରିଥିବା ଅଭିଯୋଗରେ କୌଣସି ସତ୍ୟତା ନାହିଁ। ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଯୁବତୀ ଜଣକ ବ୍ୟସ୍ତ ନ ହୋଇ କିଛି ଦିନ ଅପେକ୍ଷା କରନ୍ତୁ ବୋଲି ଥାନା ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

ଶଙ୍ଖ ଚିହ୍ନ ପାଇଁ ଭୋଟ କର

ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ...

ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶିକ୍ଷାଦାନ ହେଉନି

ବଇଣ୍ଡା,୧୩।୪(ପରିକ୍ଷିତ ସାହୁ): କେତେକ ଉ.ପ୍ରା. ବିଦ୍ୟାଳୟରେ ଶିକ୍ଷାବିଭାଗ ପକ୍ଷରୁ ଅଷ୍ଟମ ଶ୍ରେଣୀ ଖୋଲାଯାଇଛି। ହେଲେ ଉକ୍ତ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ଆବଶ୍ୟକ ଶିକ୍ଷକ ନିଯୁକ୍ତ...

ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ

ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri