ଅଭିଯୁକ୍ତ ପ୍ରେମିକଙ୍କୁ ଧରୁନି ପୋଲିସ : ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଗର୍ଭବତୀ ଯୁବତୀ

ଅନୁଗୋଳ ଅଫିସ, ୨୦।୬ – ଅନୁଗୋଳକୁ ସିଲାଇ ତାଲିମ ନେବାକୁ ଆସୁଥିବା ବେଳେ ଡେରଜାଙ୍ଗ ଗ୍ରାମର ସୁବାସ ବେହେରାଙ୍କ ସହ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। ପରେ ବିବାହ ପ୍ରତିଶ୍ରୁତି ଦେଇ ସୁବାସ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏବେ ସେ ୬ ମାସର ଗର୍ଭବତୀ। କିନ୍ତୁ ପ୍ରେମିକ ତାଙ୍କୁ ବିବାହ କରିବାକୁ ମନା କରିଦେବା ସହ ଫେରାର ହୋଇଯାଇଛନ୍ତି। ଏ ନେଇ ସେ ଜରପଡ଼ା ଥାନାରେ ଏତଲା ଦେଇଛନ୍ତି। କିନ୍ତୁ ପୋଲିସ ଅଭିଯୁକ୍ତଙ୍କୁ ଧରିବା ପରିବର୍ତ୍ତେ ଛାଡ଼ି ଦେଇଛି। ତେଣୁ ତାଙ୍କୁ ନ୍ୟାୟ ପ୍ରଦାନ କରାଯାଉ ବୋଲି ଜରପଡ଼ା ଥାନା ଅଞ୍ଚଳର ଜନୈକା ଯୁବତୀ ବୁଧବାର ଅନୁଗୋଳ ଏସ୍‌ପି ମିତ୍ରଭାନୁ ମହାପାତ୍ରଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏହି ସମୟରେ ସେ ଆତ୍ମାହୁତି ଦେବାକୁ ଏକ ବ୍ୟାଗରେ କିରୋସିନ ଆଣିଥିବା ଜଣାପଡ଼ିବା ପରେ ସେଠାରେ ଉପସ୍ଥିତ ପୋଲିସ ତାହାକୁ ଛଡ଼ାଇ ନେଇଥିଲେ।
ଅଭିଯୋଗରେ ଯୁବତୀଙ୍କ ବାପା ଦର୍ଶାଇଛନ୍ତି ଯେ, ଡେରେଜାଙ୍ଗର ସୁବାସ ତାଙ୍କ ଝିଅକୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ। ଝିଅ ଗର୍ଭବତୀ ଥିବା ଜାଣିବା ପରେ ତାଙ୍କ ମା’ ଭାଙ୍ଗି ପଡ଼ିଥିଲେ। ଲୋକ ଲଜ୍ଜା ଭୟକୁ ନେଇ ଆତଙ୍କିତ ଥିବା ମା’ଙ୍କ ହୃଦଘାତରେ ମୃତ୍ୟୁ ହୋଇଯାଇଥିଲା। ଏବେ ଝିଅ ମଧ୍ୟ ଆତ୍ମାହୁତି ଦେବ ବୋଲି କହୁଛି। ଜରପଡ଼ା ଥାନାରେ ଅଭିଯୁକ୍ତ ପ୍ରେମିକ ସୁବାସଙ୍କ ବିରୋଧରେ ଲିଖିତ ଅଭିଯୋଗ କରାଯାଇଥିଲା। କିନ୍ତୁ ପୋଲିସ ଅଦ୍ୟାବଧି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ। ଅଭିଯୁକ୍ତ ସୁବାସଙ୍କୁ ଧରି ଥାନାକୁ ଆଣିଥିଲେ ହେଁ ସଲାସୁତୁରା କରି ପୋଲିସ ଛାଡ଼ି ଦେଇଥିବା ଯୁବତୀଙ୍କ ବାପା ଅଭିଯୋଗ କରିଛନ୍ତି। ଏ ନେଇ ଜରପଡ଼ା ଥାନା ଅଧିକାରୀ ବିନ୍ଦୁବାସିନୀ ବିଶ୍ୱାଳ କହିଛନ୍ତି, ଅଭିଯୋଗ ଉପରେ ନଂ.୧୨୮/୧୯ରେ ମାମଲା ରୁଜୁ ହୋଇଛି। ଯୁବତୀଙ୍କ ପରିବାର ଲୋକମାନେ କରିଥିବା ଅଭିଯୋଗରେ କୌଣସି ସତ୍ୟତା ନାହିଁ। ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଯୁବତୀ ଜଣକ ବ୍ୟସ୍ତ ନ ହୋଇ କିଛି ଦିନ ଅପେକ୍ଷା କରନ୍ତୁ ବୋଲି ଥାନା ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri