ଅଭିଯୋଗ ପରେ ବନ୍ଦ ହେଲା ମଦ ଦୋକାନ

ଡେରାବିଶ (ସ୍ବ.ପ୍ର.)/ ପାଟକୁରା (ଡି.ଏନ.ଏ.), ୧।୨: ପାଟକୁରା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଡେରାବିଶ ଓ ଗରଦପୁର ବ୍ଲକ ଅଞ୍ଚଳର ବିକାଶ ନକ୍ସା ଆଙ୍କିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ୩ ସଚିବ କେନ୍ଦ୍ରାପଡା ଜିଲାକୁ ଶୁକ୍ରବାର ଗସ୍ତ କରିଛନ୍ତି। ଜିଲା ପ୍ରଶାସନିକ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଡି. ଏସ. କୁଟ୍ଟେ, ଅତିରିକ୍ତ ସଚିବ ରୂପା ରୋଶନ ସାହୁ, ଅତିରିକ୍ତ ସଚିବ ପ୍ରଦୀପ୍ତ ମହାପାତ୍ର ୩ଟି ଟିମ୍‌ର ନେତୃତ୍ୱ ନେଇ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ବିଦ୍ୟୁତ ଯୋଗାଣ ଆଦିର ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି ବରିଷ୍ଠ ଅଧିକାରୀମାନେ ପ୍ରତି ପଞ୍ଚାୟତର ବିଦ୍ୟାଳୟଗୁଡ଼ିକ ପରିଦର୍ଶନ କରିଥିଲେ।
ଏଥିସହିତ ନିର୍ବାଚିତ ଲୋକପ୍ରତିନିଧି ଓ ଅଞ୍ଚଳବାସୀଙ୍କ ସହ ସ୍ଥାନୀୟ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ।
ଏହି ଗସ୍ତ ସମୟରେ ଗରଦପୁର ବ୍ଲକ ସାନ ଅଢଙ୍ଗା ପଞ୍ଚାୟତବାସୀ ସ୍ବତନ୍ତ୍ର ସଚିବ କୁଟ୍ଟେ ଓ କେନ୍ଦ୍ରାପଡା ଜିଲାପାଳ ସମର୍ଥ ବର୍ମାଙ୍କ ନିକଟରେ ଏକ ମଦ ଦୋକାନ ଖୋଲାଯିବା ନେଇ ଅଭିଯୋଗ କରିଥିଲେ। ସେମାନେ ଦର୍ଶାଇଥିଲେ ଯେ, ଏହି ମଦ ଦୋକାନ ଅନ୍ୟତ୍ର ଖୋଲିବା ପାଇଁ ମଞ୍ଜୁରୀ ମିଳିଛି। ତେବେ ମଦ ଦୋକାନ ସାନଅଢ଼ଙ୍ଗା ଗ୍ରାମର ଏକ ବିଦ୍ୟାଳୟ ନିକଟରେ ଖୋଲାଯାଇଛି। ଉଭୟ ପ୍ରଶାସନିକ ଅଧିକାରୀ ଏହାର ତଦାରଖ କରି ବ୍ୟବସାୟ ପ୍ରତିଷ୍ଠାନକୁ ସିଲ୍‌ କରିଥିଲେ।
ସେହିପରି ଡେରାବିଶ ବ୍ଲକ ନହଙ୍ଗ ପଞ୍ଚାୟତ ଆର୍ତ୍ତେଶ୍ୱର ହାଇସ୍କୁଲ, ଖମୋଳ ପଞ୍ଚାୟତ ଡାଳିଜିସ୍ଥିତ ବାଗଦେବୀ ନୋଡାଲ ଉଚ୍ଚ ବିଦ୍ୟାପୀଠ ଓ ଗରଦପୁର ବ୍ଲକ କୋରୁଆ ହାଇସ୍କୁଲ ପରିସରରେ ଛାତ୍ରୀଛାତ୍ରଙ୍କ ସମସ୍ୟା ବୁଝିବା ସହ ମଧ୍ୟାହ୍ନ ଭୋଜନ ଖାଇଥିଲେ। ସୂଚନାଯୋଗ୍ୟ ଯେ ଗତ ପାଟକୁରା ନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଏହି ନିର୍ବାଚନମଣ୍ଡଳୀ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏଥିପାଇଁ ଏହି ୩ ବରିଷ୍ଠ ଅଧିକାରୀ ଅଚାନକ ଜିଲା ଗସ୍ତ କରିଥିବା ଜଣାଯାଇଛି। ଏହି ଗସ୍ତ ସମୟରେ ଏଡିଏମ ବସନ୍ତ କୁମାର ରାଉତ, ପିଡି ଦିଲୀପ କୁମାର ପରିଡା, ଉପଜିଲାପାଳ ଜ୍ୟୋତିଶଙ୍କର ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଜିଲା ଅଧିକାରୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri