ଅଭିଯୋଗ ରଖୁନି ପୋଲିସ: ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ କଲେଜ ଛାତ୍ର

ବାରିପଦା ଅଫିସ/କୁଆମରା,୨୨ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଛାତ୍ର ଦେବାଶିଷ ମହନ୍ତଙ୍କ ସହିତ କଲେଜ କର୍ତ୍ତୃପକ୍ଷଙ୍କ ଗଣ୍ଡଗୋଳ ଘଟଣା ଥମିବାର ନାଁ ଧରୁନି। ସୋମବାର ଦେବାଶିଷ ଏହି ଘଟଣାକୁ ନେଇ ଏସ୍‌ପି ପରମାର ସ୍ମିଥ୍‌ ପୁରୁଷୋତ୍ତମ ଦାସଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଖୁଣ୍ଟା ଥାନା ପୋଲିସ ମାମଲା ରଖିବାକୁ ମନା କରୁଥିବାରୁ ସେ ଏସ୍‌ପିଙ୍କ ନିକଟରେ ଅଭିଯୋଗ କରିଛନ୍ତି। ତୁରନ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଲିଖିତ ଭାବେ ଦାବି କରିଛନ୍ତି। ଏହାସହିତ ସମସ୍ତ ଘଟଣାର ଭିଡିଓ ଫୁଟେଜ୍‌ ମଧ୍ୟ ସେ ଏସ୍‌ପିଙ୍କୁ ଦେଇଛନ୍ତି। ଏହି ଘଟଣାର ତଦନ୍ତ ଜଣେ ଆଡିଶନାଲ ଏସ୍‌ପି କରିବେ ବୋଲି ଏସ୍‌ପି ତାଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଟିସି ନେବାକୁ କେନ୍ଦ୍ରକରି କଲେଜ କର୍ତ୍ତୃପକ୍ଷଙ୍କ ସହ ଦେବାଶିଷଙ୍କ ପାଟିତୁଣ୍ଡ ଓ ଠେଲାପେଲା ହୋଇଥିଲା। ଏଥିନେଇ କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଥିଲା। ଛାତ୍ରୀଛାତ୍ରମାନେ କଲେଜ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri