ଅଭିଯୋଗ ଲାଗି ଅଟକିଛି ବିଦ୍ୟାଳୟ ମରାମତି କାର୍ଯ୍ୟ, ନୂତନ ଗୃହ ନିର୍ମାଣ ପରେ ସ୍ବାଭାବିକ ହେବ ପାଠପଢ଼ା

ଆନନ୍ଦପୁର,୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଭୋଳନୂଆଗାଁରେ ଗତ ୨୨ ତାରିଖ ସୋମବାର ଅଭିଭାବକମାନେ ଭୋଳନୂଆଗାଁ ୟୁଜିଏମଇ ସ୍କୁଲରେ ତାଲା ପକାଇ ଦେଇଥିଲେ। ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବରୁ ଦୁଇ ସିଫ୍ଟରେ ପିଲାମାନଙ୍କୁ ପାଠ ପଢ଼ାଇବା ଘଟଣାକୁ ବିରୋଧ କରି ଏଭଳି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଦୁଇ ସିଫ୍ଟ ପାଠପଢ଼ାକୁ ନେଇ ଅଭିଭାବକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା କହିବା ସହିତ ତୁରନ୍ତ ବିଦ୍ୟାଳୟର ନୂତନ ଗୃହ ନିର୍ମାଣ କରାଯାଇ ପାଠପଢ଼ାକୁ ସ୍ବାଭାବିକ କରିବାକୁ ଦାବି କରିଥିଲେ। ତେବେ ବିଦ୍ୟାଳୟରେ ରହିଥିବା ଭଙ୍ଗାଗୃହକୁ ମରାମତି କରାଇବା ନିମନ୍ତେ ବ୍ଲକ କର୍ତ୍ତୃପକ୍ଷଙ୍କ ଦ୍ୱାରା ୩ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲେ ସୁଦ୍ଧା ଏହାର ମରାମତି କାର୍ଯ୍ୟ ହୋଇପାରି ନ ଥିଲା। ଗ୍ରାମର କେତେକ ବ୍ୟକ୍ତି ସ୍କୁଲର ଭଙ୍ଗାଗୃହଗୁଡିକ ଅସୁରକ୍ଷିତ ଏବଂ ଏହାକୁ ମରାମତି ନ କରିବା ପାଇଁ ଅଭିଯୋଗ କରିଥିବା ଘଟଣା ସାମ୍ନାକୁ ଆସିଥିଲା। ଯାହାକୁ ନେଇ ବିଦ୍ୟାଳୟର ଗୃହ ମରାମତି ହୋଇପାରି ନ ଥିଲା। ପିଲାମାନଙ୍କ ପାଠପଢାକୁ ଦୃଷ୍ଟିରେ ରଖି ଏହି ବିଦ୍ୟାଳୟରେ ଦୁଇଟି ସିଫ୍ଟ ଯଥା ଷଷ୍ଠରୁ ସପ୍ତମ ଶ୍ରେଣୀ ପିଲାମାନେ ସକାଳ ୬ ରୁ ୧୧ଟା ଏବଂ ପ୍ରଥମରୁ ୫ମ ଶ୍ରେଣୀ ପିଲାମାନେ ସକାଳ ୧୦ରୁ ୪ଟା ପର୍ଯ୍ୟନ୍ତ ପଢ଼ିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଅନ୍ୟପକ୍ଷରେ ଖୁବ୍‌ଶୀଘ୍ର ଭୋଳନୂଆଗାଁ ବିଦ୍ୟାଳୟର ସମସ୍ୟା ସମାଧାନ ହେବ ବୋଲି ଘସିପୁରା ବିଡିଓ ଡ. ମଧୁସ୍ମିତା ସାମନ୍ତରାୟ ସୂଚନା ଦେଇଛନ୍ତି। ନିକଟରେ ପଞ୍ଚାୟତିରାଜ ବିଭାଗର ଆସିଥିବା ଚିଠି ଅନୁଯାୟୀ, ସିଏଫ୍‌ସି ଓ ଏସଏଫ୍‌ସି ଯୋଜନାରେ ନୂତନ ବିଦ୍ୟାଳୟ ଗୃହ, ବିଦ୍ୟାଳୟର ମରାମତି ବାଉଣ୍ଡାରୀ ଓ୍ବାଲ୍‌, ଟଏଲଟ୍‌,ରୋଷେଇ ଘର ଆଦି କରିବାର ବ୍ୟବସ୍ଥା ରହିଥିବା ବିଡିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri