ଅଭିଯୋଗ ଶୁଣିବ ଜନଶୁଣାଣି ପୋର୍ଟାଲ

ଭୁବନେଶ୍ୱର, ୨୫ା୧୧(ବ୍ୟୁରୋ): କୌଣସି କାର୍ଯ୍ୟାଳୟକୁ ନ ଯାଇ ହାତପାଆନ୍ତାରେ ମିଳିବ ସେବା। ଲୋକମାନେ ଡିଜିଟାଲ ପ୍ଲାଟ୍‌ଫର୍ମରେ ନିଜର ଅଭିଯୋଗ ଦାଖଲ କରିପାରିବେ। ପୁରାତନ ପୁସ୍ତକ, ବିରଳ ସାହିତ୍ୟକୃତି ବିଷୟରେ ଜାଣିପାରିବେ। ଏସବୁ ଉପଲବ୍ଧ ହେବ ଡିଜିଟାଲ ଫର୍ମାଟ୍‌ରେ। ଏଭଳି ମହତ୍‌ ଉଦ୍ଦେଶ୍ୟ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭର୍ଚୁଆଲ ମୋଡ୍‌ରେ ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ଜନଶୁଣାଣି ପୋର୍ଟାଲ ଏବଂ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ଓଡ଼ିଆ ଭର୍ଚୁଆଲ ଏକାଡେମୀ ପୋର୍ଟାଲର ଲୋକାର୍ପଣ କରିଛନ୍ତି। ଏହି ଦୁଇ ଓ୍ବେବ୍‌ ପୋର୍ଟାଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।
ଟେକ୍ନୋଲୋଜି ହେଉଛି ମୁଖ୍ୟ ଆଧାର। ୫-ଟି କାର୍ଯ୍ୟକ୍ରମ ଜରିଆରେ ବୈଷୟିକ ଜ୍ଞାନକୌଶଳ ସହାୟତାରେ ଲୋକଙ୍କ ପାଖରେ ସେବା ଯୋଗାଇଦେବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। କୌଣସି ସରକାରୀ କାର୍ଯ୍ୟାଳୟକୁ ନ ଯାଇ ସରକାରଙ୍କଠାରୁ ସେବା ପାଇବାର ସ୍ବାଧୀନତା ଲୋକଙ୍କୁ ଦିଆଯାଇପାରିଛି। ଏହି ନୂତନ ପୋର୍ଟାଲ ଦ୍ବାରା ଲୋକମାନେ ବିଭିନ୍ନ ଡିଜିଟାଲ ପ୍ଲାଟ୍‌ଫର୍ମରେ ଅଭିଯୋଗ ଦାଖଲ କରିପାରିବେ। ଏହାର ପ୍ରତିକାର ଲାଗି ସମ୍ପୃକ୍ତ ବିଭାଗ ତ୍ୱରିତ ପଦକ୍ଷେପ ନେବ। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ, ମେଶିନ ଲର୍ନିଂ ଭଳି ଅତ୍ୟାଧୁନିକ ଜ୍ଞାନକୌଶଳ ଉପଯୋଗ କରି ଏଭଳି ବ୍ୟବସ୍ଥା କରାଯାଇଛି। ଏଥିଲାଗି ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ପ୍ରଶଂସାର ହକ୍‌ଦାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ଜନଶୁଣାଣି ପୋର୍ଟାଲ ଜରିଆରେ ଯେକୌଣସି ସ୍ଥାନରୁ ଯେ କୌଣସି ସମୟରେ ଅନ୍‌ଲାଇନ୍‌ରେ ଅଭିଯୋଗ ଦାଖଲ କରାଯାଇପାରିବ। ଏହି ଏକୀକୃତ ପୋର୍ଟାଲରେ ଅଭିଯୋଗକାରୀ ନିଜର ଅଭିଯୋଗର ସ୍ଥିତି ବିଷୟରେ ମଧ୍ୟ ଜାଣିପାରିବେ। ସେମାନଙ୍କୁ ଏସ୍‌ଏମ୍‌ଏସ୍‌, ହ୍ବାଟ୍ସଆପ୍‌ ଜରିଆରେ ଅଭିଯୋଗର ଅଗ୍ରଗତି ସମ୍ପର୍କରେ ସୂଚନା ଦିଆଯିବ।
ସେହିପରି ୨୦୧୮ ଅକ୍ଟୋବର ୨୬ରେ ଓଡ଼ିଆ ଭର୍ଚୁଆଲ ଏକାଡେମୀ କାର୍ଯ୍ୟକ୍ଷମ ହୋଇଥିଲା। ଏହାକୁ ଲୋକାଭିମୁଖୀ କରିବା ଲାଗି ଓଡ଼ିଆ ଭର୍ଚୁଆଲ ଏକାଡେମୀ ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଅଦ୍ୟାବଧି ଏଥିରେ ୨୭୦୦ ବିରଳ ପୁସ୍ତକକୁ ୟୁନିକୋଡ୍‌ ଫର୍ମାଟରେ ଡିଜିଟାଇଜ୍‌ କରାଯାଇ ସ୍ଥାନିତ କରାଯାଇଛି। ଏଥିସହ ୧୦ ହଜାର ପୁସ୍ତକର ପିଡିଏଫ୍‌ ପ୍ରତିଲିପିକୁ ସଂରକ୍ଷିତ କରିବା ଲାଗି ପ୍ରକ୍ରିୟା ଜାରି ରହିଛି। ପଞ୍ଚଦଶ ଶତାବ୍ଦୀରୁ ଆରମ୍ଭ କରି ଏକବିଂଶ ଶତାବ୍ଦୀ ପର୍ଯ୍ୟନ୍ତ ବିଶିଷ୍ଟ କବି, କଥାକାର, ଭାଷାବିତ୍‌ ଓ ଗବେଷକଙ୍କ ସର୍ବଶ୍ରେଷ୍ଠ କୃତି ସମେତ ଓଡ଼ିଶା ଜନଜାତି ଶବ୍ଦକୋଷ, ପ୍ରଶାସନିକ ଶବ୍ଦକୋଷ, ଆନିମେଶନ ମାଧ୍ୟମରେ ଅଭିନବ ବର୍ଣ୍ଣବୋଧ, ଅବିଭକ୍ତ ୧୩ ଜିଲାର ରାଜପତ୍ର ମଧ୍ୟ ପୋର୍ଟାଲରେ ସ୍ଥାନ ପାଇଛି। ଅପ୍ରକାଶିତ, ବିଲୁପ୍ତପ୍ରାୟ ଦୁର୍ଲଭ ପୁସ୍ତକ, ପାଞ୍ଜିଗୁଡିକୁ ୱେବସାଇଟରେ ସ୍ଥାନିତ କରି ପୋର୍ଟାଲକୁ ସମୃଦ୍ଧ କରିବାପାଇଁ ପ୍ରୟାସ ଜାରି ରହିଛି ।
ଆଲୋଚନାରେ ଅଂଶଗ୍ରହଣ କରି ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଲେ, ମୁଖ୍ୟମନ୍ତ୍ରୀ ଜନଶୁଣାଣି ୱେବ୍‌ ପୋର୍ଟାଲ ଲୋକଙ୍କୁ ସୁବିଧାରେ ସେବା ଯୋଗାଇଦେବ। ଓଡ଼ିଆ ଭର୍ଚୁଆଲ ଏକାଡେମୀର ନୂତନ ପୋର୍ଟାଲ ଓଡ଼ିଆ ଭାଷାକୁ ବିଶ୍ବର କୋଣ ଅନୁକୋଣରେ ପହଞ୍ଚାଇବ। ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ସଚିବ ମନୋଜ ମିଶ୍ର, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri