Posted inଖେଳ

ଅଭ୍ୟାସ ନୁହେଁ, ବିଶ୍ରାମ ନେଉଛନ୍ତି ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୧୮।୫- ଆଇସିସି ବିଶ୍ୱକପ୍‌ ଭଳି ବୃହତ୍‌ ଟୁର୍ନାମେଣ୍ଟ ଲାଗି ଭାରତୀୟ ଖେଳାଳିମାନେ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ହେଉଛନ୍ତି। ସେମାନେ ଅଭ୍ୟାସ କରିବା ବଦଳରେ ବିଶ୍ରାମ ନେଉଛନ୍ତି। ମିଳିଥିବା ରିପୋର୍ଟ ଅନୁଯାୟୀ ଚଳିତ ମାସ ୨୧ ତାରିଖରେ ଏକାଠି ହେବା ପୂର୍ବରୁ ବିଶ୍ୱକପ୍‌ ଦଳରେ ସାମିଲ ଥିବା ଖେଳାଳିଙ୍କୁ ପରିବାର ସହ ଭଲ ସମୟ ବିତାଇବାକୁ କୁହାଯାଇଥିଲା। ଭାରତୀୟ ଦଳର ଉପ ଅଧିନାୟକ ରୋହିତ ଶର୍ମା ମାଳଦ୍ୱୀପରେ ପରିବାର ସହ ଛୁଟି କଟାଉଛନ୍ତି। ସେହିଭଳି ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଗୋଆରେ ସମୟ ବିତାଉଛନ୍ତି। ପ୍ରାୟ ଖେଳାଳିମାନେ ୧୯ ତାରିଖରେ ଘରକୁ ଫେରିବେ। ଭାରତୀୟ ଦଳର ସପୋର୍ଟ ଷ୍ଟାଫ ଏହି ଯୋଜନାକୁ ଆରମ୍ଭ କରିଛନ୍ତି। ପୂର୍ବରୁ ଶୁଣିବାକୁ ମିଳୁଥିଲା ଯେ, ଇଂଲଣ୍ଡ ଗସ୍ତ ପୂର୍ବରୁ ଭାରତୀୟ ଦଳର ଖେଳାଳିଙ୍କ ଲାଗି ଛୋଟିଆ ଅଭ୍ୟାସ ଶିବିର ଆୟୋଜନ କରାଯିବା। କିନ୍ତୁ ଆଇପିଏଲ ଭଳି ବ୍ୟସ୍ତବହୁଳ ଟୁର୍ନାମେଣ୍ଟ ପରେ ଖେଳାଳିଙ୍କୁ ବିଶ୍ରାମ ନ ଦେବା ଉଚିତ ହେବ ନାହିଁ। ଏଣୁ ଖେଳାଳିଙ୍କୁ ଛୁଟି ବିତାଇବା ପାଇଁ କୁହାଯାଇଥିଲା ବୋଲି ସୂତ୍ରରୁ ଜଣାପଡ଼ିଛି। ବିଶ୍ୱକପ୍‌ ପୂର୍ବରୁ ଅନ୍ୟ ଦଳଗୁଡ଼ିକ ଅନ୍ତର୍ଜାତୀୟ ସିରିଜ୍‌ ଖେଳୁଛନ୍ତି କିମ୍ବା ଜାତୀୟ କ୍ୟାମ୍ପରେ ଅଭ୍ୟାସ କରୁଛନ୍ତି। ଇଂଲଣ୍ଡ ଓ ପାକିସ୍ତାନ ଦୁଇପାକ୍ଷିକ ସିରିଜ୍‌ ଖେଳୁଥିବାବେଳେ ବାଂଲାଦେଶ ଓ ଓ୍ବେଷ୍ଟଇଣ୍ଡିଜ ତ୍ରିରାଷ୍ଟ୍ରୀୟ ସିରିଜ୍‌ ଖେଳୁଥିଲେ। ଏପରି କି ନ୍ୟୁଜିଲାଣ୍ଡ ଓ ଅଷ୍ଟ୍ରେଲିଆ କିଛି ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ଖେଳି ୫୦ ଓଭର ବିଶିଷ୍ଟ ଫର୍ମାଟ ପାଇଁ ପ୍ରସ୍ତୁତ ହେଉଛନ୍ତି। କିନ୍ତୁ ଆଇପିଏଲ ପରେ ବିଶ୍ୱକପ୍‌ ହେବାକୁ ଯାଉଥିବାରୁ ଭାରତୀୟ ଦଳ ନିକଟରେ କୌଣସି ବିକଳ୍ପ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri