Posted inଖେଳ

ଅଭ୍ୟାସ ନୁହେଁ, ବିଶ୍ରାମ ନେଉଛନ୍ତି ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୧୮।୫- ଆଇସିସି ବିଶ୍ୱକପ୍‌ ଭଳି ବୃହତ୍‌ ଟୁର୍ନାମେଣ୍ଟ ଲାଗି ଭାରତୀୟ ଖେଳାଳିମାନେ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ହେଉଛନ୍ତି। ସେମାନେ ଅଭ୍ୟାସ କରିବା ବଦଳରେ ବିଶ୍ରାମ ନେଉଛନ୍ତି। ମିଳିଥିବା ରିପୋର୍ଟ ଅନୁଯାୟୀ ଚଳିତ ମାସ ୨୧ ତାରିଖରେ ଏକାଠି ହେବା ପୂର୍ବରୁ ବିଶ୍ୱକପ୍‌ ଦଳରେ ସାମିଲ ଥିବା ଖେଳାଳିଙ୍କୁ ପରିବାର ସହ ଭଲ ସମୟ ବିତାଇବାକୁ କୁହାଯାଇଥିଲା। ଭାରତୀୟ ଦଳର ଉପ ଅଧିନାୟକ ରୋହିତ ଶର୍ମା ମାଳଦ୍ୱୀପରେ ପରିବାର ସହ ଛୁଟି କଟାଉଛନ୍ତି। ସେହିଭଳି ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଗୋଆରେ ସମୟ ବିତାଉଛନ୍ତି। ପ୍ରାୟ ଖେଳାଳିମାନେ ୧୯ ତାରିଖରେ ଘରକୁ ଫେରିବେ। ଭାରତୀୟ ଦଳର ସପୋର୍ଟ ଷ୍ଟାଫ ଏହି ଯୋଜନାକୁ ଆରମ୍ଭ କରିଛନ୍ତି। ପୂର୍ବରୁ ଶୁଣିବାକୁ ମିଳୁଥିଲା ଯେ, ଇଂଲଣ୍ଡ ଗସ୍ତ ପୂର୍ବରୁ ଭାରତୀୟ ଦଳର ଖେଳାଳିଙ୍କ ଲାଗି ଛୋଟିଆ ଅଭ୍ୟାସ ଶିବିର ଆୟୋଜନ କରାଯିବା। କିନ୍ତୁ ଆଇପିଏଲ ଭଳି ବ୍ୟସ୍ତବହୁଳ ଟୁର୍ନାମେଣ୍ଟ ପରେ ଖେଳାଳିଙ୍କୁ ବିଶ୍ରାମ ନ ଦେବା ଉଚିତ ହେବ ନାହିଁ। ଏଣୁ ଖେଳାଳିଙ୍କୁ ଛୁଟି ବିତାଇବା ପାଇଁ କୁହାଯାଇଥିଲା ବୋଲି ସୂତ୍ରରୁ ଜଣାପଡ଼ିଛି। ବିଶ୍ୱକପ୍‌ ପୂର୍ବରୁ ଅନ୍ୟ ଦଳଗୁଡ଼ିକ ଅନ୍ତର୍ଜାତୀୟ ସିରିଜ୍‌ ଖେଳୁଛନ୍ତି କିମ୍ବା ଜାତୀୟ କ୍ୟାମ୍ପରେ ଅଭ୍ୟାସ କରୁଛନ୍ତି। ଇଂଲଣ୍ଡ ଓ ପାକିସ୍ତାନ ଦୁଇପାକ୍ଷିକ ସିରିଜ୍‌ ଖେଳୁଥିବାବେଳେ ବାଂଲାଦେଶ ଓ ଓ୍ବେଷ୍ଟଇଣ୍ଡିଜ ତ୍ରିରାଷ୍ଟ୍ରୀୟ ସିରିଜ୍‌ ଖେଳୁଥିଲେ। ଏପରି କି ନ୍ୟୁଜିଲାଣ୍ଡ ଓ ଅଷ୍ଟ୍ରେଲିଆ କିଛି ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ଖେଳି ୫୦ ଓଭର ବିଶିଷ୍ଟ ଫର୍ମାଟ ପାଇଁ ପ୍ରସ୍ତୁତ ହେଉଛନ୍ତି। କିନ୍ତୁ ଆଇପିଏଲ ପରେ ବିଶ୍ୱକପ୍‌ ହେବାକୁ ଯାଉଥିବାରୁ ଭାରତୀୟ ଦଳ ନିକଟରେ କୌଣସି ବିକଳ୍ପ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌…

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

IND vs ENG T20 : ଟସ୍‌ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍‌, ବୈଭବ କରିବେ ଓପନିଂ

ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍…

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri