Posted inଖେଳ

ଅଭ୍ୟାସ ବେଳେ ବିଜୟ ଶଙ୍କର ଆହତ: ଛାଡ଼ିବାକୁ ପଡିଲା ଟ୍ରେନିଂ ସେସନ

ସାଉଥାମ୍ପଟନ,୨୧।୬(ପି.ଟି.)- ଟିମ୍‌ ଇଣ୍ଡିଆର ଆଘାତ ସମସ୍ୟା ବଢ଼ିବାରେ ଲାଗିଛି। ଏହାର ସଦ୍ୟତମ ଶିକାର ହୋଇଛନ୍ତି ଅଲରାଉଣ୍ଡର ବିଜୟ ଶଙ୍କର। ବୁଧବାର ଅଭ୍ୟାସ ଅବସରରେ ସେ ଆହତ ହୋଇଛନ୍ତି। ବର୍ଷା ପ୍ରଭାବିତ ଏହି ଅଭ୍ୟାସ ସେସନରେ ବ୍ୟାଟିଂ କରୁଥିବା ବେଳେ ଯଶପ୍ରୀତ ବୁମ୍‌ରାଙ୍କ ୟର୍କର ତାଙ୍କ ଗୋଡ ଆଙ୍ଗୁଠିରେ ବାଜିଥିଲା। ଫଳରେ ସେ ଯନ୍ତ୍ରଣା ଅନୁଭବ କରିଥିଲେ ଓ ଶେଷରେ ତାଙ୍କୁ ଟ୍ରେନିଂ ଛାଡିବାକୁ ପଡିଥିଲା। ତେବେ ଏଥିରେ କୌଣସି ବ୍ୟସ୍ତ ହେବାର ନାହିଁ ବୋଲି ଦଳୀୟ ସୂତ୍ରରୁ ଜଣାଯାଇଛି। ବିଜୟ ଯନ୍ତ୍ରଣା ଅନୁଭବ କରିଥିଲେ ମଧ୍ୟ ସେଭଳି କିଛି ବିପଦ ନାହିଁ ବୋଲି ସ୍ପଷ୍ଟ କରାଯାଇଛି।
ଗୁରୁବାର ଶଙ୍କର ସ୍ଲିପର ପିନ୍ଧି ସାମାନ୍ୟ ଛୋଟୋଉଥିବାର ଲକ୍ଷ୍ୟ କରାଯାଇଥିଲା। ଏହା ପରେ ଅବଶ୍ୟ ସେ ଜଗିଂ କରିବାର ଦେଖାଯାଇଥିଲା। ସେ ମଧ୍ୟ କେତୋଟି ଅତ୍ୟାବଶ୍ୟକୀୟ ବ୍ୟାୟାମ କରିଥିଲେ। ତେବେ ଅନ୍ୟ ଭାରତୀୟ ଖେଳାଳିମାନେ ଫିଲ୍ଡିଂ ଅଭ୍ୟାସ କରିବା ସହ ନେଟ୍‌ ସେସନରେ ଭାଗ ନେଇଥିଲେ। ଭାରତୀୟ ବ୍ୟାଟିଂ ଲାଇନର ଚତୁର୍ଥ ନମ୍ବର ବ୍ୟାଟ୍ସମ୍ୟାନ ଭାବେ ଶଙ୍କର ବିବେଚିତ ହେଉଛନ୍ତି। ସେ ମଧ୍ୟ ଭଲ ମିଡିୟମ ପେସ୍‌ ବୋଲିଂ କରିଥାନ୍ତି। ଗତ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଶଙ୍କର ଅଧିନାୟକ ସର୍ଫରାଜ ଅହମ୍ମଦଙ୍କ ସମେତ ୨ଟି ଉଇକେଟ ଅକ୍ତିଆର କରି ଭାରତ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।
ଉଲ୍ଲେଖଥାଉ କି, ପୂର୍ବରୁ ତାରକା ତଥା ଅଭିଜ୍ଞ ଓପନର ଶିଖର ଧାଓ୍ବନ ବୁଢା ଆଙ୍ଗୁଠି ଭାଙ୍ଗିବା କାରଣରୁ ବିଶ୍ୱକପ୍‌ରୁ ବାଦ୍‌ ପଡିସାରିଛନ୍ତି। ସେହିପରି ଦ୍ରୁତ ବୋଲର ଭୁବନେଶ୍ୱର କୁମାର ମଧ୍ୟ ହାମଷ୍ଟ୍ରିଙ୍ଗ୍‌ ଇଞ୍ଜୁରି କାରଣରୁ ଦୁଇଟି ମ୍ୟାଚ୍‌ରୁ ବାଦ୍‌ ପଡିଛନ୍ତି। ଏବେ ଶଙ୍କର ଆହତ ହେବା ପରେ ଭାରତୀୟ ଟିମ୍‌ ମ୍ୟାନେଜମେଣ୍ଟର ଚିନ୍ତା ବଢ଼ିଯାଇଛି। ଭୁବନେଶ୍ୱର ୮ ଦିନ ବୋଲିଂ କରିପାରିବେ ନାହିଁ। ବର୍ମିଂହାମ୍‌ରେ ଜୁନ୍‌ ୩୦ରେ ଖେଳାଯିବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ ଖେଳିବାକୁ ସେ ଫିଟ୍‌ ହୋଇଯାଇଥିବେ ବୋଲି ଆଶା କରାଯାଉଛି। ଟୁର୍ନାମେଣ୍ଟର ଅନ୍ତିମ ଭାଗରେ ଭୁବନେଶ୍ୱର ଫିଟ୍‌ ହେବା ନେଇ ଟିମ୍‌ ମ୍ୟାନେଜମେଣ୍ଟ ବିଶ୍ୱାସ ପ୍ରକଟ କରିଛି। ବିଶ୍ୱକପ୍‌ରେ ଭୁବନେଶ୍ୱର ପୁଣି ସାମିଲ ହେବା ନେଇ ଆଶାକ୍ଷୀଣ ବୋଲି କୁହାଯାଇଛି। ସେ ଚଲାବୁଲା କରିବା ସହ ଜଗିଂ କରୁଥିବାର ଲକ୍ଷ୍ୟ କରାଯାଇଛି। ତେବେ ସେ ନେଟ୍‌ ସେସନରେ ଭାଗ ନେଇ ନ ଥିଲେ। ଷ୍ଟାଣ୍ଡବାଇ ଦ୍ରୁତ ବୋଲରଭାବେ ଖଲିଲ ଅହମ୍ମଦ ଦଳ ସହିତ ରହିଛନ୍ତି। ସେଭଳି ଖରାପ ପରିସ୍ଥିତି ସୃଷ୍ଟି ହୁଏ ଓ ଯଦି ଭୁବନେଶ୍ୱର ଫିଟ୍‌ ନ ହୋଇ ବିଶ୍ୱକପ୍‌ରୁ ବାଦ୍‌ ପଡନ୍ତି, ତାହେଲେ ଅଭିଜ୍ଞ ଈଶାନ୍ତ ଶର୍ମାଙ୍କୁ ଦଳରେ ସାମିଲ କରାଯାଇପାରେ। କାରଣ ଈଶାନ୍ତ ତାଲିକାରେ ରହିଛନ୍ତି। ବିଶ୍ୱକପ୍‌ରେ ଆଘାତ ସମସ୍ୟା କେବଳ ଭାରତ ଲାଗି ନୁହଁ ଅନ୍ୟ ଦଳଗୁଡିକ ପାଇଁ ମଧ୍ୟ ଚିନ୍ତା ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri