Posted inଖେଳ

ଅଭ୍ୟାସ ମ୍ୟାଚ୍‌: ବର୍ଷା ଯୋଗୁ ପ୍ରଥମ ଦିନର ଖେଳି ବାତିଲ

ବିଜୟନଗରମ,୨୬।୯(ପି.ଟି.)- ସ୍ଥାନୀୟ ଡ. ଭିଭିଜି ରାଜୁ ଏସିଏ ସ୍ପୋଟର୍‌ସ କମ୍ପ୍ଲେକ୍ସରେ ବୋର୍ଡ ସଭାପତି ଏକାଦଶ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଗୁରୁବାରଠାରୁ ଆରମ୍ଭ ହୋଇଛି। ତେବେ ପ୍ରବଳ ବର୍ଷା ଯୋଗୁ ପ୍ରଥମ ଦିନର ଖେଳ ସମ୍ପୂର୍ଣ୍ଣ ରୂପେ ଧୋଇଯାଇଛି। ଲଞ୍ଚ୍‌ ପର ସେସନରେ ଖେଳ ବାତିଲ କରିବାକୁ ଅମ୍ପାୟରମାନେ ନିଷ୍ପତ୍ତି ନେଇଥିଲେ। ବର୍ଷା ଯୋଗୁ ଟସ୍‌ ମଧ୍ୟ ପଡିପାରି ନ ଥିଲା। ବିଶାଖାପାଟନାରେ ଆସନ୍ତା ୨ ତାରିଖରୁ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହେବାର କାର୍ଯ୍ୟକ୍ରମ ଥିବାରୁ ଏହି ଓ୍ବାର୍ମ ମ୍ୟାଚ୍‌ର ଅଧିକ ଗରୁତ୍ୱ ରହିଛି। ସଭାପତି ଏକାଦଶ ଅଧିନାୟକ ରୋହିତ ଶର୍ମାଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ଟେଷ୍ଟ ସିରିଜରେ ତାଙ୍କୁ ଓପନର ଭାବେ ଦଳରେ ସାମିଲ କରାଯାଇଥିବାରୁ ଏହି ଅଭ୍ୟାସ ମ୍ୟାଚ୍‌ରେ ସେ ଇନିଂସ ଓପନ୍‌ କରବା ଆଶା କରାଯାଉଛି। ତାରକା ଦ୍ରୁତ ବୋଲର ଯଶପ୍ରୀତ୍‌ ବୁମ୍‌ରା ଇଞ୍ଜୁରି କାରଣରୁ ଦଳରୁ ବାଦ୍‌ ପଡିଥିବାରୁ ତାଙ୍କ ବଦଳ ଖେଳାଳି ଉମେଶ ଯାଦବ ମଧ୍ୟ ଫୋକସରେ ରହିବେ। ଅନ୍ୟତମ ଓପନର ମୟଙ୍କ ଅଗ୍ରଓ୍ବାଲଙ୍କ ପ୍ରଦର୍ଶନ ଉପରେ ମଧ୍ୟ ସମସ୍ତଙ୍କ ନଜର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri